Posted inଜାତୀୟ

୫୦%କୁ ବଢ଼ିବ ଅକ୍ଷୟ ଶକ୍ତି କ୍ଷମତା

ନୂଆଦିଲ୍ଲୀ, (ନ୍ୟୁ ଇଣ୍ଡିଆ ସମାଚାର) ୧୪ା୧୨: ସଦ୍ୟ ଶେଷ ହୋଇଥିବା ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀରେ ଭାରତ ବ୍ୟକ୍ତିଗତ ସ୍ବାର୍ଥ ପରିବର୍ତ୍ତେ ସମଗ୍ର ବିଶ୍ୱର ହିତକୁ ଦୃଷ୍ଟି ରଖି ମିଳିତ ଭାବେ କାମ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଥିଲେ। ଭାରତର ଦୃଷ୍ଟିଭଙ୍ଗୀକୁ ବିଶ୍ୱ ନେତାଙ୍କ ନିକଟରେ ଉପସ୍ଥାପନ କରି ୨୦୭୦ ସୁଦ୍ଧା ନେଟ୍‌ ଜିରୋ ଲକ୍ଷ୍ୟ ହାସଲ କରିବା ନିମନ୍ତେ ଅଗ୍ରସର ହେଉଥିବା ମଧ୍ୟ କହିଥିଲେ। ଏହାକୁ ଦୃଷ୍ଟିରେ ରଖି ଭାରତରେ ଅକ୍ଷୟ ଶକ୍ତି କ୍ଷମତାକୁ ୪୦ରୁ ୫୦%କୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। ବିକଳ୍ପ ଶକ୍ତି ୫୦୦ ଗିଗାଓ୍ବାଟକୁ ବୃଦ୍ଧି କରାଯିବ। ସବୁଜ ଶକ୍ତିର ବ୍ୟବହାର ବଢ଼ାଯାଇ ୨୦୩୦ ସୁଦ୍ଧା ଭାରତ କାର୍ବନ ନିର୍ଗମନକୁ ଏକ ବିଲିୟନ ଟନ୍‌ ହ୍ରାସ କରିବ। ବିକଶିତ ଦେଶଗୁଡ଼ିକ ବିକାଶଶୀଳ ଦେଶଗୁଡ଼ିକୁ ୧୦୦ ବିଲିୟନ ଡଲାର ବଦଳରେ ୧ ଟ୍ରିଲିୟନ ଡଲାର ପ୍ରଦାନ କରିବା ଆବଶ୍ୟକ ବୋଲି ମୋଦି କହିଛନ୍ତି। ପରିବେଶ ସମ୍ବନ୍ଧୀୟ ଭାରତ ୩ଟି ଗୁରୁତ୍ୱପୂର୍ଣ୍ଣ ଫୋରମ୍‌ ଆରମ୍ଭ କରିଛି। ସେଗୁଡ଼ିକ ହେଲା ବ୍ରିଟେନ୍‌ ସହ ବିପର୍ଯ୍ୟୟ ପ୍ରତିରୋଧ ଭିତ୍ତିଭୂମି ନିର୍ମାଣ ପାଇଁ ଗଠବନ୍ଧନ (ସିଡିଆର୍‌ଆଇ) ଫ୍ରାନ୍ସ ସହ ଅନ୍ତର୍ଜାତୀୟ ସୌରମେଣ୍ଟ (ଆଇଏସ୍‌ଏ) ଏବଂ ସୁଇଡେନ୍‌ ସହ ଶିଳ୍ପ ପରିବର୍ତ୍ତନ ନିମନ୍ତେ ନେତୃତ୍ୱ ଗୋଷ୍ଠୀ ଗଠନ। ଭାରତ ‘ୱାନ୍‌ ସନ୍‌-ୱାନ୍‌ ୱାଲର୍‌ଡ-ୱାନ୍‌ ଗ୍ରୀଡ୍‌’ ପ୍ରସ୍ତାବକୁ ବ୍ରିଟେନ, ଅଷ୍ଟ୍ରେଲିଆ, ଆମେରିକା ଭଳି ଦେଶ ସମର୍ଥନ ଦେଇଛି। ଇସ୍ରୋ ମାଧ୍ୟମରେ ଭାରତ ଛୋଟ ଦେଶଗୁଡ଼ିକୁ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମଧ୍ୟ ଆଗଭର ହୋଇଛି। ପରିବେଶ ସୁରକ୍ଷା ସମ୍ବନ୍ଧରେ ଉଜ୍ଜ୍ୱଳା, ଉଜାଲା ଭଳି ଯୋଜନା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ଏହାସହ ବନୀକରଣ ପ୍ରସଙ୍ଗରେ ମଧ୍ୟ ଭାରତ ଭଲ କାମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର

ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର...

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଆଜିଠାରୁ ମହଙ୍ଗା ହେଲା ଟ୍ରେନ ଯାତ୍ରା, ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା….

ନୂଆଦିଲ୍ଲୀ,୨୬।୧୨: ଆଜି, ଶୁକ୍ରବାର ଠାରୁ ଟ୍ରେନ ଯାତ୍ରା ମହଙ୍ଗା ହୋଇଯାଇଛି। ରେଳ ମନ୍ତ୍ରଣାଳୟ ଭଡା ବୃଦ୍ଧି ଘୋଷଣା କରିଛି, ଯାହା ଆଜି ଠାରୁ ଲାଗୁ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri