ଜୟଆଲୁକ୍କାସ୍‌ର ନବୀକରଣ ଆଉଟ୍‌ଲେଟ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୬।୬ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ମାଲେସିଆସ୍ଥିତ କୁଆଲାଲମପୁର ଷ୍ଟୋରର ନବୀକରଣ ଆଉଟ୍‌ଲେଟ (ଶୋ’ରୁମ୍‌) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜୟଆଲୁକ୍କାସ୍‌ର ଏମ୍‌ଡି (ଅନ୍ତର୍ଜାତୀୟ ଅପରେଶନ) ଜନ୍‌ ପଲ୍‌ ଆଲୁକ୍କାସ୍‌ ଏବଂ ଜୟଆଲୁକ୍କାସ୍‌ ସମୂହର ନିର୍ଦ୍ଦେଶିକା ସୋନିଆ ଆଲୁକ୍ଳାସ୍‌ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ପୁନଃ ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ଜୟଆଲୁକ୍କାସର ମାଲେସିଆସ୍ଥିତ କୁଆଲାଲମପୁର ଷ୍ଟୋରର ୧୦ମ ବାର୍ଷିକ ଉତ୍ସବ ମଧ୍ୟ ପାଳିତ ହୋଇଯାଇଛି। ଏ ସମ୍ପର୍କରେ ଜୟଆଲୁକ୍କାସ୍‌ର ଏମ୍‌ଡି (ଅନ୍ତର୍ଜାତୀୟ ଅପରେଶନ) ଜନ୍‌ ପଲ୍‌ ଆଲୁକ୍କାସ୍‌ କହିଛନ୍ତି, ମାଲେସିଆର କୁଆଲାଲମପୁର ଶୋ’ରୁମ୍‌ ଜରିଆରେ ଆମେ ଆମର ଗ୍ରାହକମାନଙ୍କୁ ଆକର୍ଷଣୀୟ ଅଳଙ୍କାର ସମ୍ଭାର ଯୋଗାଇବା ଦିଗରେ କାର୍ଯ୍ୟ କରୁଛୁ। ସେହିଭଳି ଜୟଆଲୁକ୍କାସ୍‌ ଶୋ’ରୁମ୍‌ର ପୁନଃ ଶୁଭାରମ୍ଭ ଓ ୧୦ମ ବାର୍ଷିକ ଉତ୍ସବ ଉପଲକ୍ଷେ ଆକର୍ଷଣୀୟ ଅଫର ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏହି ଅଫର ଜରିଆରେ ଗ୍ରାହକ ୪୦୦୦ ଏମ୍‌ଓ୍ବାଇଆର୍‌ ମୂଲ୍ୟର ସୁନା ଅଳଙ୍କାର କ୍ରୟ ଉପରେ ଏକ ୦.୨୦୦ଗ୍ରାମର ସ୍ବର୍ଣ୍ଣ ମୁଦ୍ରା ମାଗଣା ପାଉଥିଲାବେଳେ ୫୦୦୦ଏମ୍‌ଓ୍ବାଇଆର ମୂଲ୍ୟର ହୀରା, ପୋଲକି ଏବଂ ମୋତି ଅଳଙ୍କାର କ୍ରୟ ଉପରେ ଗୋଟିଏ ୧ଗ୍ରାମ ବିଶିଷ୍ଟ ସ୍ବର୍ଣ୍ଣ ମୁଦ୍ରା ମାଗଣାରେ ପାଇପାରିବେ। ଏହି ଆକର୍ଷଣୀୟ ଅଫର ୨୦୨୪ ଜୁନ୍‌୯ ପର୍ଯ୍ୟନ୍ତ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?