ରେଙ୍ଗାଲି ଭୂତଳ ଜଳସେଚନ, ସାଳନ୍ଦୀ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର,୨୫ା୧୨ (ବ୍ୟୁରୋ): ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ରେଙ୍ଗାଲି ଭୂତଳ ପାଇପ ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ କରାଯାଇଛି। ଏଥିପାଇଁ ୪୪୩.୨୨ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏହାର ସମସ୍ତ ଖର୍ଚ୍ଚ ବହନ କରିବେ। ୨୦୨୩ ଡିସେମ୍ବର ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ। ଏହି ପ୍ରକଳ୍ପ ଦ୍ୱାରା ୨୬,୩୩୪ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ଏହାଛଡ଼ା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ସାଳନ୍ଦୀ ମୁଖ୍ୟ ବାମପାର୍ଶ୍ୱ କେନାଲର ୨୫୭,୪୬, ୪୮,୩୮୪ ଟଙ୍କାର ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି। ଏହି ପ୍ରକଳ୍ପ ୧୮ ମାସ ମଧ୍ୟରେ ଶେଷ ହେବ। ଏହି ପ୍ରକଳ୍ପ ଖର୍ଚ୍ଚ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା ପାଣ୍ଠିରୁ ଖର୍ଚ୍ଚ କରାଯିବ। ଏହି ପ୍ରକଳ୍ପ ଦ୍ୱାରା ୯୮୦୩ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିପାରିବ।
ଏଥିସହିତ ଜିଲା ବିଚାରପତି ଏବଂ ସିଭିଲ ଜଜ୍‌ କ୍ୟାଡରରେ ନ୍ୟାୟିକ ଅଧିକାରୀଙ୍କ ଆଇନଗତ ଓ ପ୍ରଶାସନିକ କ୍ଷମତାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସୁପର ଜୁଡିସିଆଲ ସର୍ଭିସ ଏବଂ ଓଡ଼ିଶା ଜୁଡିସିଆଲ ସର୍ଭିସ ରୁଲ୍‌-୨୦୦୭କୁ ସଂଶୋଧନ କରାଯିବ। ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ କରାଯାଇଛି। ପ୍ରାଣୀ ଚିକିତ୍ସା ସେବା ବର୍ଗରେ ମୂଳ ପଦବୀରେ ନିଯୁକ୍ତି କରାଯିବା ସହିତ ପଦୋନ୍ନତିଭିତ୍ତିକ ପଦବୀ ସୃଷ୍ଟି କରିବା ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ସଫଳ ରୂପାୟନ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା (ନିଯୁକ୍ତି ଓ ସେବା) ନିୟମାବଳୀ ୨୦୨୧ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି।
ସହରାଞ୍ଚଳର କାଉନସିଲର ଓ ମହାନଗର ନିଗମର କର୍ପୋରେଟର ପଦବୀ ଥିବା ସଂରକ୍ଷଣ ବ୍ୟବସ୍ଥାରେ ସଂଶୋଧନ ହେବ। ଏହାସହ ଏଥର ପ୍ରତ୍ୟକ୍ଷ ଭାବେ ନିର୍ବାଚିତ ହେବାକୁ ଯାଉଥିବା ପୌରାଧ୍ୟକ୍ଷ ଓ ମେୟରଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥାରେ ମଧ୍ୟ ସଂଶୋଧନ କରାଯିବ। ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।
୨୦୦୪ ଫେବୃୟାରୀ ୧୬ରେ ଭାରତୀୟ ତୈଳ ନିଗମ, ପାରାଦୀପ ତୈଳ ବିଶୋଧନାଗାର ଏବଂ ରାଜ୍ୟ ସରକାରଙ୍କ ସହିତ ହୋଇଥିବା ବୁଝାମଣା ଅନୁଯାୟୀ ଆସନ୍ତା ୫ ବର୍ଷ ସକାଶେ ବିଦ୍ୟୁତ୍‌ ଶୁଳ୍କ ଛାଡ଼ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri