ବନ୍ୟା ଜଳ ଛାଡ଼ିଲା ରେଙ୍ଗାଳି

କଣିହାଁ,୫।୮ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲାଯାଇଥିବା ସୂଚନା ମିଳିଛି। ଅଧୀକ୍ଷଣ ଯନ୍ତ୍ରୀ ଅଜିତ ଜେନା କହିଛନ୍ତି, ରେଙ୍ଗାଳି ଡ୍ୟାମ୍‌ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୧୨୩.୫୦ ମିଟର। ବୁଧବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଡ୍ୟାମ୍‌ର ଜଳସ୍ତର ୧୧୯.୮୨ ମିଟରରେ ପହଞ୍ଚିଥିଲା। ଫଳରେ ପୂର୍ବାହ୍ନ ୧୧ଟା ୧୦ରେ ଡ୍ୟାମ୍‌ର ୭ନଂ. ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଥିଲା। ଅପରାହ୍ନ ୪ଟା ସୁଦ୍ଧା ଡ୍ୟାମ୍‌ର ଜଳସ୍ତର ୧୧୯.୮୪ ମିଟର ରହିଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧୦୪୫.୧୩ ଘନ ମିଟର ଜଳ ପ୍ରବେଶ କରୁଥିବାବେଳେ ପାୱାର ଚ୍ୟାନେଲ ଓ ଖୋଲାଯାଇଥିବା ଗୋଟିଏ ଗେଟ୍‌ ଦେଇ ମୋଟ ୧୪୮୦.୭୫ ଘନମିଟର ବନ୍ୟା ଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ ଗେଟ୍‌ ଖୋଲିବା ସମୟରେ ମୁଖ୍ୟଯନ୍ତ୍ରୀ ପ୍ରଭାକର ବେହେରା, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସନ୍ତୋଷ କୁମାର ମହାପାତ୍ର, ଉପଖଣ୍ଡ ଅଧିକାରୀ ଶଙ୍କରାନନ୍ଦ ରଣା, ସହକାରୀ ଯନ୍ତ୍ରୀ ସୂର୍ଯ୍ୟକାନ୍ତ ବେହେରା, ଜ୍ୟୋତିରଞ୍ଜନ ସିଂ, କନିଷ୍ଠ ଯନ୍ତ୍ରୀ ଲକ୍ଷ୍ମଣ ମୂର୍ମୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ବିଳମ୍ବ

ତାମିଲାଗା ଭେଟ୍ରି କାଜାଗାମ (ଟିଭିକେ) ନେତା ତଥା ଅଭିନେତାରୁ ରାଜନେତା ପାଲଟିଥିବା ଯୋଶେଫ୍‌ ବିଜୟ ଚନ୍ଦ୍ରଶେଖର ତାମିଲନାଡୁର ନୂଆ ମୁଖ୍ୟମନ୍ତ୍ରୀ ଭାବେ ୧୦ ମେ’ରେ ଶପଥ ନେଇଛନ୍ତି।…

ଇରାନ ଉପରେ ପୁଣି ଖପ୍ପା ହେଲେଣି ଡୋନାଲ୍ଡ ଟ୍ରମ୍ପ, କହିଲେ ୪୭ ବର୍ଷ ହେଲା…

ଓ୍ବାଶିଂଟନ,୧୧।୫: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଦେଖାଦେଇଥିବା ଭୟଙ୍କର ସଂଘର୍ଷକୁ ବନ୍ଦ କରିବା ପାଇଁ ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ରବିବାର (୧୦ ମଇ) ଦିନ, ଆମେରିକାର ରାଷ୍ଟ୍ରପତି…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ…

ଅବତରଣ ସମୟରେ ବିମାନର ଟାୟାରରେ ଲାଗିଲା ନିଆଁ; ଥିଲେ ୨୭୮ ଜଣ ଯାତ୍ରୀ

କାଠମାଣ୍ଡୁ,୧୧।୫: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ସମୟରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିମାନର ଟାୟାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପୋଲିସ ନିଶ୍ଚିତ କରିଛି…

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri