ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୋମବାର ସକାଳୁ କମ୍ପାନୀକୁ ସିଲ୍ କରାଯାଇଛି । ପିସିସିବି ପକ୍ଷରୁ ଜାରି ଏକ ନିର୍ଦ୍ଦେଶନାମା ଅନୁସାରେ ଏହି ଶିଳ୍ପ ୟୁନିଟକୁ ସିଲ୍ କରାଯାଇଥିବା ସୂଚନା ମିଳିଛି ।

ସୋମବାର ସକାଳୁ ଆଞ୍ଚଳିକ ପ୍ରଦୂଷଣ ବୋର୍ଡ, ସମ୍ବଲପୁରର ଅଧିକାରୀ ଓ କର୍ମଚାରୀଙ୍କ ସହିତ ରେଙ୍ଗାଲି ତହସିଲଦାର, ଅତିରିକ୍ତ ଏସପି, ସଦର ଏସଡିପିଓ ଏବଂ ବ୍ଯାପକ ପୋଲିସ ସୁରକ୍ଷାକର୍ମୀଙ୍କ ଉପସ୍ଥିତିରେ ଉକ୍ତ ଶିଳ୍ପାନୁଷ୍ଠାନକୁ ସିଲ୍ କରାଯାଇଥିବା ସୂଚନା ମିଳିଛି । ପରିବେଶ ସୁରକ୍ଷା ଆଇନ ୧୯୮୬ର ଧାରା ୫ ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ କମ୍ପାନୀର ବାରମ୍ବାର ନିୟମ ଉଲ୍ଲଂଘନ ଏହାର ମୁଖ୍ୟ କାରଣ ସାଜିଛି ।

ସୂଚନା ଅନୁଯାୟୀ, ଗତ ଅଗଷ୍ଟ ୨୦୨୪ରେ କୋଲକାତା ଆଞ୍ଚଳିକ ନିର୍ଦ୍ଦେଶାଳୟର ଏକ ଟିମ୍ ଦ୍ୱାରା ହୋଇଥିବା ଯାଞ୍ଚ ସମୟରେ ପ୍ଲାଣ୍ଟରୁ ନିର୍ଗତ ହେଉଥିବା ପ୍ରଦୂଷଣର ମାତ୍ରା ନିର୍ଦ୍ଧାରିତ ମାନଦଣ୍ଡଠାରୁ ଯଥେଷ୍ଟ ଅଧିକ ଥିବା ଜଣାପଡିଥିଲା। ବିଶେଷକରି ଡିଆରଆଇ-୧, ଡିଆରଆଇ-୨ ଏବଂ ଏଏଫବିସି ବଏଲରରୁ ନିର୍ଗତ ଧୂଳିକଣାର ପରିମାଣ ସୀମା ବାହାରେ ଥିବାରୁ ଏହା ଜନଜୀବନ ଉପରେ କୁପ୍ରଭାବ ପକାଉଥିଲା। ପୂର୍ବରୁ ବୋର୍ଡ ପକ୍ଷରୁ ଏହାର ପ୍ରତିକାର ବ୍ଯବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ କମ୍ପାନୀ କର୍ତ୍ତୃପକ୍ଷ ଏହାକୁ ଗୁରୁତ୍ୱ ନ ଦେବାରୁ ଶେଷରେ ପ୍ଲାଣ୍ଟକୁ ସିଲ୍ କରିବା ପାଇଁ କଡା ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଶ୍ଯାମ ମେଟାଲିକ୍ସରୁ ନିର୍ଗତ ପାଉଁଶ ଓ ଧୂଳିକଣାର ପ୍ରଭାବରେ ସ୍ଥାନୀୟ ଅଞ୍ଚଳରେ ହେଉଥିବା ବ୍ୟାପକ ପ୍ରଦୂଷଣକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିବା ବେଳେ ସିପିସିବିର ଏହି ପଦକ୍ଷେପକୁ ସାଧାରଣରେ ସ୍ବାଗତ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri