ରେନୋର ନେଶନ ଓ୍ବାଇଡ୍‌ ସମର କ୍ୟାମ୍ପ

ନୂଆଦିଲ୍ଲୀ,୨୬।୪: ଅନ୍ତଃରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ ରେନୋଲ୍ଟ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ୭ ଦିନିଆ ନେଶନ ଓ୍ବାଇଡ୍‌ ରେନୋ ସମର କ୍ୟାମ୍ପର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଗାଡ଼ି ବିକ୍ରି ପରବର୍ତ୍ତୀ ସେବା ଯୋଗାଇଦେବା ଲକ୍ଷ୍ୟରେ ଏହି କ୍ୟାମ୍ପର ଆୟୋଜନ କରାଯାଇଛି। ଫଳରେ ଗ୍ରାହକଙ୍କ ଆବଶ୍ୟକତା ସହ କମ୍ପାନୀର ମୂଳ ଉଦ୍ଦେଶ୍ୟ ମଧ୍ୟ ପୂରଣ ହୋଇପାରିବ। ଏହି କ୍ୟାମ୍ପ ୨୦୨୩ ଏପ୍ରିଲ ୩୦ ପର୍ଯ୍ୟନ୍ତ ସାରା ଦେଶର ରେନୋ ଶୋ’ରୁମ୍‌ର ସର୍ଭିସ୍‌ ପଏଣ୍ଟରେ ଉପଲବ୍ଧ ହେଉଛି। ସେହିଭଳି ରେନୋର ଅଭିଜ୍ଞ ଓ ତାଲିମପ୍ରାପ୍ତ କୁଶଳୀ ଟେକ୍ନିସିଆନମାନେ ଆବଶ୍ୟକ ସହାୟତା ଯୋଗାଇବା ସହ ଗାଡ଼ିର ସମସ୍ତ ଦିଗ ଉପରେ ବିଶେଷଜ୍ଞମାନେ ସହାୟତା ପ୍ରଦାନ କରୁଛନ୍ତି। ଅପରପକ୍ଷରେ ଗ୍ରାହକଙ୍କ କାର୍‌ ଟପ୍‌ ଓ୍ବାଶ ସମେତ ଅଟୋମୋବାଇଲ ଚେକ୍‌ଅପ୍‌ ମଧ୍ୟ ମାଗଣାରେ ପାଇପାରିବେ। ସେହିଭଳି ଇଞ୍ଜିନ ଅଏଲ ଚେଞ୍ଜ ଉପରେ ୨୫% ରିହାତି ସହିତ କିଛି ନିର୍ଦ୍ଦିଷ୍ଟ ଯନ୍ତ୍ରାଂଶ ଓ ଆନୁଷାଙ୍ଗିକ ସାମଗ୍ରୀ ଉପରେ ମଧ୍ୟ ୧୦%ର ରିହାତି ଦିଆଯାଉଛି। ଏପରିକି ଶ୍ରମ ଶକ୍ତି ଦେୟ ଉପରେ ୧୫% ରିହାତି ସହ ସଚେତନତା ଶିବିରଗୁଡ଼ିକ ଉପରେ ରେନୋ ଇଣ୍ଡିଆର ବିସ୍ତାରିତ ଓ୍ବାରେଣ୍ଟି ଓ ରୋଡ୍‌ ସାଇଡ୍‌ ସହାୟତା ଆଦି କାର୍ଯ୍ୟକ୍ରମ ଉପରେ ୧୦%ର ରିହାତି ଯୋଗାଇ ଦିଆଯାଉଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri