ବାରବାଟୀ ଷ୍ଟାଡିୟମର ନବୀକରଣ କାର୍ଯ୍ୟ: ୨୭ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ଜୟ ଶାହା

କଟକ,୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୭ ତାରିଖରେ ଐତିହାସିକ କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ୩୦ ଜିଲା ପାଇଁ ୪୧ଟି କ୍ରିକେଟ୍‌ ଏକାଡେମୀକୁ ମଧ୍ୟ ସେ ଉଦ୍‌ଘାଟନ କରିବେ। ଏହି ଅବସରରେ ୨୭ ତାରିଖ ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାରବାଟୀ ଷ୍ଟାଡିୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ।

ବଲିଉଡ୍‌ କଣ୍ଠଶିଳ୍ପୀ ନେହା କକ୍କର ଓ ଗ୍ରୁପ ସଙ୍ଗୀତ ପରିବେଷଣ କରିବେ। ସେହିପରି ଓଡ଼ିଶାର କଳାକାରଙ୍କ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବିସିସିଆଇ ସଭାପତି ଜୟ ସାହାଙ୍କ ସମେତ ଭାରତର ପ୍ରତିଷ୍ଠିତ କ୍ରିକେଟ୍‌ ଖେଳାଳିଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି କାର୍ଯ୍ୟକ୍ରମ ପାଇଁ ବାରବାଟୀ ଷ୍ଟାଡିୟମରେ ବିଶାଳ ମଞ୍ଚ ପ୍ରତିଷ୍ଠା କରାଯାଉଛି।

ବିଶେଷକରି ପଡିଆ ଭିତରେ ୫୦୦୦ ଓ ୧, ୨, ୬ନଂ. ଗ୍ୟାଲେରିରେ ୧୫,୦୦୦ ଦର୍ଶକଙ୍କ ବସିବା ପାଇଁ ବ୍ୟବସ୍ଥା କରାଯାଉଛି। ବିନା ମୂଲ୍ୟରେ ଦର୍ଶକମାନେ ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମକୁ ଉପଭୋଗ କରିପାରିବେ ବୋଲି ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ) ସମ୍ପାଦକ ସଞ୍ଜୟ ବେହେରା ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri