ବାରବାଟୀ ଷ୍ଟାଡିୟମର ନବୀକରଣ କାର୍ଯ୍ୟ: ୨୭ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ଜୟ ଶାହା

କଟକ,୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୭ ତାରିଖରେ ଐତିହାସିକ କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ୩୦ ଜିଲା ପାଇଁ ୪୧ଟି କ୍ରିକେଟ୍‌ ଏକାଡେମୀକୁ ମଧ୍ୟ ସେ ଉଦ୍‌ଘାଟନ କରିବେ। ଏହି ଅବସରରେ ୨୭ ତାରିଖ ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାରବାଟୀ ଷ୍ଟାଡିୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ।

ବଲିଉଡ୍‌ କଣ୍ଠଶିଳ୍ପୀ ନେହା କକ୍କର ଓ ଗ୍ରୁପ ସଙ୍ଗୀତ ପରିବେଷଣ କରିବେ। ସେହିପରି ଓଡ଼ିଶାର କଳାକାରଙ୍କ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବିସିସିଆଇ ସଭାପତି ଜୟ ସାହାଙ୍କ ସମେତ ଭାରତର ପ୍ରତିଷ୍ଠିତ କ୍ରିକେଟ୍‌ ଖେଳାଳିଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି କାର୍ଯ୍ୟକ୍ରମ ପାଇଁ ବାରବାଟୀ ଷ୍ଟାଡିୟମରେ ବିଶାଳ ମଞ୍ଚ ପ୍ରତିଷ୍ଠା କରାଯାଉଛି।

ବିଶେଷକରି ପଡିଆ ଭିତରେ ୫୦୦୦ ଓ ୧, ୨, ୬ନଂ. ଗ୍ୟାଲେରିରେ ୧୫,୦୦୦ ଦର୍ଶକଙ୍କ ବସିବା ପାଇଁ ବ୍ୟବସ୍ଥା କରାଯାଉଛି। ବିନା ମୂଲ୍ୟରେ ଦର୍ଶକମାନେ ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମକୁ ଉପଭୋଗ କରିପାରିବେ ବୋଲି ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ) ସମ୍ପାଦକ ସଞ୍ଜୟ ବେହେରା ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?