କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି।
ରତ୍ନଭଣ୍ଡାରର ଆବଶ୍ୟକୀୟ ମରାମତି କାର୍ଯ୍ୟ ସଫଳତାର ସହ ଶେଷ ହୋଇଥିବା ASI ସତ୍ୟପାଠରେ ଉଲ୍ଲେଖ କରିଛି। ମରାମତି ପରେ ରତ୍ନଭଣ୍ଡାରକୁ ଶ୍ରୀମନ୍ଦିର ପ୍ରଶାସନକୁ ବିଧିବଦ୍ଧ ଭାବେ ହସ୍ତାନ୍ତର କରାଯାଇଛି।
ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ପାଇଁ ବର୍ତ୍ତମାନ ସ୍ୱତନ୍ତ୍ର କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ବା SOP ପ୍ରସ୍ତୁତ କରାଯାଉଛି। ଏହି ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି।
ରାଜ୍ୟର ଆଡ୍ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏହି ସମସ୍ତ ବିଷୟ ଏବଂ ଅଗ୍ରଗତି ସମ୍ପର୍କରେ ମାନ୍ୟବର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ସରକାର ଏବଂ ASIର ମିଳିତ ସହଯୋଗରେ ସମସ୍ତ କାର୍ଯ୍ୟ ସ୍ୱଚ୍ଛତା ସହ ସମ୍ପାଦିତ ହେଉଛି।


