ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍‌ପି-ବିଧାୟକ ସମୀକ୍ଷା କରି କହିଲେ…

ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍‌ପି ବୈଜୟନ୍ତ ପଣ୍ଡା ଓ ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ମା’ଙ୍କ ମନ୍ଦିର ପରିଦର୍ଶନ କରିଥିଲେ। ପରେ ମନ୍ଦିର ପରିସର ବୈଠକ ଗୃହରେ ନବୀକରଣ ଉପରେ ସମୀକ୍ଷା କରିଥିଲେ। ମା’ଙ୍କ ଚନ୍ଦନପୋଖରୀ ଖନନ କରାଯିବା ପାଇଁ ପୂର୍ତ୍ତ ବିଭାଗ ଅଧିକାରୀଙ୍କ ସହ ସେମାନେ ଆଲୋଚନା କରିଥିଲେ। ପୂର୍ତ୍ତ ବିଭାଗ ପକ୍ଷରୁ ସାଢ଼େ ୩କୋଟି ଟଙ୍କା ବ୍ୟୟ ଅଟକଳରେ ନବୀକରଣ ଚାଲିଛି। କିନ୍ତୁ ମା’ଙ୍କ ନୂତନ ଭବ୍ୟ ଓ ଦିବ୍ୟ ମନ୍ଦିର ନିର୍ମାଣ ସମ୍ପର୍କରେ ସମୀକ୍ଷା ବୈଠକରେ ଆଲୋଚନା ହେଲାନାହିଁ। ପ୍ରାଥମିକ ଆକଳନ ଅନୁସାରେ, ୧୦କୋଟି ବ୍ୟୟରେ ରାଜସ୍ଥାନର ଖଣ୍ଡେଲାଇଟ ଲାଲ୍‌ ପଥର ଓ ମୟୂରଭଞ୍ଜ ଖିଚିଂ କଳା ମୁଗୁନି ପଥରରେ ନୂତନ ମନ୍ଦିର କେବେ ନିର୍ମାଣ ହେବ ତାହା ସମୀକ୍ଷା ବୈଠକରେ ସ୍ପଷ୍ଟ ଜଣା ପଡ଼ିନାହିଁ ବୋଲି କହିଛନ୍ତି ଉପସ୍ଥିତ ଅଧିକାରୀମାନେ। ସମୀକ୍ଷା ବୈଠକ ପରେ ରାମନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ୬୫ ଲକ୍ଷ ଟଙ୍କା ବ୍ୟୟରେ ଏକ ନୂତନ ଆୟୁଷ୍ମାନ୍‌ ଆରୋଗ୍ୟ ମନ୍ଦିର(ବହିର୍ବିଭାଗ)କୁ ଏମ୍‌ପି ପଣ୍ଡା ଓ ବିଧାୟକ ନାୟକ ଲୋକାର୍ପିତ କରିଥିଲେ।
ଅପରାହ୍ନରେ ବଉଳକଣି ପଞ୍ଚାୟତରେ ୩୦ଲକ୍ଷ ଟଙ୍କା ବ୍ୟୟରେ ଏକ ନୂତନ ଗୃହ ବିଧାୟକ ନାୟକ ଲୋକାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲ୍‌ଦାର ତଥା ମନ୍ଦିର ଟ୍ରଷ୍ଟି ରବି ନାରାୟଣ ଶତପଥୀ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ମନୋରଞ୍ଜନ ରାଉତ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ରବୀନ୍ଦ୍ର ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ଦୈତାରି ଟୁଡୁ, କନିଷ୍ଠ ଯନ୍ତ୍ରୀ ଦେବାଶିଷ ସାମଲ, ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ନିରଞ୍ଜନ କର, ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତି, ଯୁବନେତା ପ୍ରଶାନ୍ତ କୁମାର ସେଠୀ, ସରୋଜକାନ୍ତ ସାହୁ , ବାରେଣୀ ଭୂୟାଁ, ମିଲନ ଦେବନାଥ, ବିକ୍ରମାଦିତ୍ୟ ସାହୁ, ତରୁଣକାନ୍ତ କାଞ୍ଜଲାଲ, ରଶ୍ମିରଞ୍ଜନ ସାମଲ, କ୍ରିଷ୍ଣପଦ ମଣ୍ଡଳ, ସାଲବେଗ ମାହାଳିଙ୍କ ସମେତ ବହୁ ସଂଖ୍ୟାରେ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?