ପରଲୋକରେ ବିଶିଷ୍ଟ ସଂଳାପ ଲେଖକ ନନ୍ଦଲାଲ ମହାପାତ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ସଂଳାପ ଲେଖକ ତଥା ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ର। ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଅସୁସ୍ଥତା ହେତୁ ଗତ କିଛି ଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସେଠାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି।

ତେବେ ନନ୍ଦଲାଲ ଏକାଧିକ ଫିଲ୍ମ ଓ ଧାରାବାହିକର କାହାଣୀ ଲେଖିବା ସହ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ। ‘ନୀରବ ଝଡ଼’, ‘କ୍ଲାନ୍ତ ଅପରାହ୍ନ’, ‘ଭିଜାମାଟିର ସ୍ବର୍ଗ’ ଓ ‘ମଝି ପାହାଚ’ ପରି ଅନେକ ସିନେମାର କାହାଣୀ ଓ ସଂଳାପ ଲେଖିଥିଲେ ସେ। ସେହିଭଳି ‘ସମାନ୍ତର’, ‘ଗୁରୁବାରୀ’, କଳାତ୍ମକ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଓ ‘କନିକା’ ଆଦି ଧାରାବାହିକର ସଂଳାପ ମଧ୍ୟ ସେ ଲେଖିଥିଲେ। ଏସବୁ କାମ ଲାଗି ସେ ଜନାଦୃତ ହେବା ସହ ରାଜ୍ୟ ତଥା ରାଷ୍ଟ୍ରୀୟ ପୁରସ୍କାର ପ୍ରାପ୍ତ ହୋଇଥିଲେ। ଏବେ ତାଙ୍କ ବିୟୋଗରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri