ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା।

୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ସେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ସେ ଭଜନ, ଓଡ଼ିଶୀ,  ପଲ୍ଲୀଗୀତ ଏବଂ ଗଜଲ ଗାଇ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ। ଓଡ଼ିଆ ସିନେମା ଜଗତର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ (୨୦୧୬) ସମେତ ସେ ଅନେକ ରାଜ୍ୟସ୍ତରୀୟ ଓ ଜାତୀୟ ପୁରସ୍କାରରେ  ସମ୍ମାନିତ ହୋଇଥିଲେ।

ସେ ୧୯୩୮ ଜାନୁଆରୀ ୨୦ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପା ଲାଲମୋହନ ପଟ୍ଟନାୟକ ଜଣେ ସ୍ବାଧୀନତା ସଂଗ୍ରାମୀ, ସାହିତି୍ୟକ ଓ ରାଜନେତା ଥିଲେ, ଯିଏକି ସ୍ବାଧୀନତା ପୂର୍ବର ଓଡ଼ିଶା ବିଧାନସଭାର ଜଣେ ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ। ତାଙ୍କ ଭଉଣୀ ସୁଧାଂଶୁମାଳିନୀ ରାୟ ମଧ୍ୟ ରାଜନୀତିରେ ସକ୍ରିୟ ଥିଲେ ଏବଂ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?