ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ କାର୍ଯ୍ୟକଳାପ ଓ ଚୋରି ବୃଦ୍ଧି ପାଉଛି। କେବଳ ଭଡ଼ା ଟଙ୍କା ପାଇଁ ଘରମାଲିକମାନେ ତଥ୍ୟ ରଖିବାରେ ଅବହେଳା କରୁଥିବାରୁ ତଦନ୍ତରେ ସମସ୍ୟା ଉପୁଜୁଛି।

ବୀରମହାରାଜପୁର, ଉଲୁଣ୍ଡା, ସୁବଳୟା, ସିଣ୍ଢୋଲ ପ୍ରଭୃତି ଅଞ୍ଚଳରେ ବାହାର ଜିଲା ଓ ରାଜ୍ୟରୁ ଆସୁଥିବା ଭଡ଼ାଟିଆଙ୍କ ସୂଚନା ପୋଲିସ ନିକଟରେ ଦାଖଲ କରାଯାଉନାହିଁ। ସପ୍ତାହେ ପୂର୍ବରୁ ଜଣେ ବ୍ୟବସାୟୀଙ୍କ ଘରୁ ଚୋରି ପରେ ଭଡ଼ାଟିଆଙ୍କ ପରିଚୟ ଯାଞ୍ଚକୁ ନେଇ ଚର୍ଚ୍ଚା ଜୋର ଧରିଛି।

ବୀରମହାରାଜପୁର ଥାନା ଅଧିକାରୀ ଯଯାତି କେଶରୀ ସାହୁ ଘରମାଲିକମାନେ ଭଡ଼ାଟିଆଙ୍କ ସମ୍ପୂର୍ଣ୍ଣ ତଥ୍ୟ ରଖନ୍ତୁ ଏବଂ ସନ୍ଦେହଜନକ କାର୍ଯ୍ୟକଳାପ ଦେଖିଲେ ପୋଲିସକୁ ଜଣାନ୍ତୁ ବୋଲି କହିଛନ୍ତି।
ଭଡ଼ାଟିଆଙ୍କୁ ସନ୍ଦେହ କରିବା ନୁହେଁ, ବରଂ ସୁରକ୍ଷା ଓ ତଦନ୍ତ ସୁବିଧା ପାଇଁ ଆଧାର, ସ୍ଥାୟୀ ଠିକଣା ଓ ଯୋଗାଯୋଗ ନମ୍ବର ସଂରକ୍ଷଣ କରିବା ପ୍ରତ୍ୟେକ ଘରମାଲିକଙ୍କ ପ୍ରଥମ କର୍ତ୍ତବ୍ୟ।
ଅପରାଧ ନିୟନ୍ତ୍ରଣ ପାଇଁ ଘରମାଲିକ, ଭଡ଼ାଟିଆ ଏବଂ ପୋଲିସର ମିଳିତ ସହଯୋଗରେ ଏକ ସୁସଂଗଠିତ ତଥ୍ୟ ବ୍ୟବସ୍ଥା ଗଠନ କରିବା ନିହାତି ଜରୁରୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?