Posted inଜାତୀୟ

ପୋଲିସର କଲାର ଧରିନେଲେ କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀ

ନୂଆଦିଲ୍ଲୀ,୧୬ ।୬: ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ନୋଟିସ ଜାରି କରାଯିବା ଓ ୪ ଦିନ ହେବ ତାଙ୍କୁ ପଚରା ଉଚରା କରାଯିବା ଘଟଣାରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରି ଆସୁଛି । ଗୁରୁବାର ତେଲେଙ୍ଗାନା, ତାମିଲନାଡୁ, କର୍ନାଟକ, ମହାରାଷ୍ଟ୍ର ସମେତ ଅନ୍ୟ ରାଜ୍ୟରେ କଂଗ୍ରେସ ନେତା ଓ କର୍ମୀ ବିରୋଧ ପ୍ରଦର୍ଶନ କରିଛନ୍ତି ।
ଏହି ସମୟରେ ହାଇଦ୍ରାବାଦରେ ଇଡିର କାର୍ଯ୍ୟକୁ ବିରୋଧ କରି କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀ ଜଣେ ପୋଲିସଙ୍କ କଲାର ଧରି ନେଇଥିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ।

ସୂଚନାଯୋଗ୍ୟ, ନ୍ୟାଶନାଲ ହେରାଲ୍ଡ ମାମଲାରେ ୪ ଦିନ ହେବ ଇଡି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପଚରା ଉଚରା କରିବା ସହ ଏହାର ଅଡିଓ ଓ ଭିଡିଓ ରେକର୍ଡ କରାଯାଉଛି । ହେଲେ ରାହୁଲଙ୍କ ବିରୋଧରେ ଇଡିର ନୋଟିକୁ ନେଇ ଆରମ୍ଭରୁ କଂଗ୍ରେସ ବିରୋଧ ପ୍ରଦର୍ଶନ କରୁଛି । ଗୁରୁବାର କଂଗ୍ରେସ ନେତା ଓ କର୍ମୀ ଦେଶର ବିଭିନ୍ନ ରାଜ୍ୟରେ ବିରୋଧ ପ୍ରଦର୍ଶନ କରିବା ସହ ରାଜ ଭବନ ନିକଟରେ ବିରୋଧ ପ୍ରଦର୍ଶନ କରିବାକୁ ଯୋଜନା କରିଥିଲେ । ଏହି ପ୍ରଦର୍ଶନରେ ବଡ ବଡ ନେତାମାନେ ବି ସାମିଲ ଅଛନ୍ତି । ତେବେ ରାହୁଲଙ୍କୁ ଯେଉଁ ସବୁ ପ୍ରଶ୍ନ ପଚରା ଯାଉଛି ସେଥିରେ ସେ ସହଯୋଗ କରୁଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri