Posted inଜାତୀୟ

ମୋଦି ମୋତେ କହିଥିଲେ ‘ସୁର୍ପଣଖା’, ମୁଁ ବି କରିବି ମାନହାନି ମୋକଦ୍ଦମା: ରେଣୁକା

ନୂଆଦିଲ୍ଲୀ,୨୪ ।୩: ମୋଦି ସରନେମକୁ ନେଇ ଆପତ୍ତିଜନକ ଟିପ୍ପଣି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କୋର୍ଟ ୨ ବର୍ଷର ସଜା ଶୁଣାଇବା ପରେ ପ୍ରାୟ ସମସ୍ତ ବିରୋଧି ଦଳ ଏହାକୁ ବିରୋଧ କରିଛନ୍ତି । ଏସବୁ ଭିତରେ କଂଗ୍ରେସ ନେତା ରେଣୁକା ଚୌଧୁରି ଗୁରୁବାର ଏକ ଟୁଇଟ କରି କହିଛନ୍ତି, କଥିତ ‘ସୁର୍ପଣଖା’ କମେଣ୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମୁଁ ବି ମାନହାନି ମୋକଦ୍ଦମା କରିବି ।

ରେଣୁକା ଟୁଇଟରେ ଲେଖିଛନ୍ତି, ଏବେ ଦେଖିବା କୋର୍ଟ କେତେ ଶୀଘ୍ର କାମ କରୁଛନ୍ତି… । ପୂର୍ବତନ କେନ୍ଦ୍ରମନ୍ତ୍ରୀ ରେଣୁକା ଚୌଧୁରି ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି କମେଣ୍ଟର ଭିଡିଓ ବି ଟୁଇଟରରେ ଶୟାର କରିଛନ୍ତି । ଯେଉଁଥିରେ ପ୍ରଧାନମନ୍ତ୍ରୀ ରାଜ୍ୟ ସଭାର ଅଧ୍ୟକ୍ଷଙ୍କୁ ରେଣୁକା ଚୌଧୁରିଙ୍କ ହସକୁ ନେଇ କମେଣ୍ଟ କରିଛନ୍ତି । ସେ କହିଥିଲେ ରାମାୟଣ ସିରିଏଲ ପରେ ଆଜି ଏମିତି ହସ ଣୁଣିବାକୁ ମିଳିଛି ।
କଂଗ୍ରେସ ନେତା ରେଣୁକା ପିଏମ ମୋଦିଙ୍କୁ ସ୍ତର ହୀନ ଓ ଖରାପ ଚିନ୍ତାଧାରା ବ୍ୟକ୍ତି ବୋଲି ଲେଖିଛନ୍ତି, ସେ (ମୋଦି) ମୋତେ ପାର୍ଲାମେଣ୍ଟରେ ସୁର୍ପଣଖା କହିଥିଲେ । ମୁଁ ତାଙ୍କ ବିରୋଧରେ ମାନହାନି ମୋକଦ୍ଦମା କରିବି । ଦେଖିବା କୋର୍ଟ ଏବେ କେତେ ଶୀଘ୍ର କାମ କରିବେ । ରେଣୁକା ଚୌଧୁରିଙ୍କ ଏହି ବୟନ ରାହୁଲ ଗାନ୍ଧୀଙ୍କୁ ୨୦୧୯ରେ ଏକ ମାନହାନି ମାମଲାରେ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ପରେ ଆସିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri