ତିନି ନମ୍ବର ଫିଲ୍ମର ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି ରେଣୁକା

ମୁମ୍ବାଇ: ବଲିଉଡ୍ ମୁଭି ‘ହମ୍ ଆପକେ ହୈ କୌନ’ରେ ସଲମାନ ଖାଁଙ୍କ ଭାଉଜ ଭୂମିକାରେ ନଜର ଆସିଥିବା ରେଣୁକା ସାହାଣେ ଦର୍ଶକଙ୍କ ନିକଟରେ ବେଶ୍ ପରିଚିତ । ୨୦୦୯ରେ ଏହି ଅଭିନେତ୍ରୀ ନିର୍ଦ୍ଦେଶନା ଦୁନିଆରେ ପାଦ ରଖିଥିଲେ । ଏବେ ସେ ନିର୍ଦ୍ଦେଶିକ ଭାବେ ତାଙ୍କର ତୃତୀୟ ଫିଲ୍ମ ନିର୍ମାଣ କରିବାକୁ ଯାଉଥିବା କଥା କହିଛନ୍ତି । ତେବେ ସେ ତୃତୀୟ ଫିଲ୍ମ ଭାବେ ଡାର୍କ କମେଡି ନିର୍ଦ୍ଦେଶନା ପାଇଁ ଯୋଜନା କରୁଥିବା ପ୍ରକାଶ କରିଛନ୍ତି । ସେ ତାଙ୍କ ମା’ଙ୍କ ଉପନ୍ୟାସ ‘ରିତା ୱେଲେଂଗକର’ ଉପରେ ଆଧାରିତ ‘ରି୍‌ତା’ରୁୁ ୨୦୦୯ମସିହାରେ ନିର୍ଦ୍ଦେଶନା ଦୁନିଆରେ ପାଦ ରଖିଥିଲେ । ନିର୍ଦ୍ଦେଶିକା ଭାବେ ଦ୍ୱିତୀୟ ଫିଲ୍ମ ତ୍ରିଭଙ୍ଗା: ତେଢି ମେଢି କ୍ରେଜି ପାଇଁ ସେ କାମ କରିଥିଲେ । ଯାହା ନେଟଫ୍ଲିକ୍ସରେ ରିଲିଜ ହୋଇଥିଲା । ଏବେ ସେ କହିଛନ୍ତି ନିର୍ଦ୍ଦେଶନା ଜାରି ରଖିବା ସହ ପଟ୍ଟକଥା ଉପରେ କାମ କରୁଛନ୍ତି । ମୋତେ କମେଡି ପସନ୍ଦ ଥିବାରୁ ମୋର ଆଗାମୀ ପ୍ରୋଜେକ୍ଟ ଡାର୍କ କମେଡି ହେବ ବୋଲି ରେଣୁକା କହିଛନ୍ତି । ପିଲାଦିନରୁ ମାତାପିତା ଅଲଗା ହୋଇ ଯାଇଥିବାରୁ ଏହାର ପ୍ରଭାବ ତାଙ୍କ ଉପରେ ଖୁବ୍ ପଡିଥିଲା ବୋଲି ନିକଟରେ ସେ ଏକ ସାକ୍ଷାତ୍‌କାରରେ ପ୍ରକାଶ କହିଥିଲେ । ଏବେ କିନ୍ତୁ ସେ ସଫଳ ବୋଲି ମନେ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

PL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

Iବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri