ଆଜି ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିବାକୁ ଯାଉଛି। ସକାଳ ୯ଟା ୫୧ରୁ ମଧ୍ୟାହ୍ନ ୧୨ଟା ୧୫ ମଧ୍ୟରେ ଶୁଭ ମୁହୂର୍ତ୍ତ ରହିଛି। ତେଣୁ ଏହି ସମୟ ମଧ୍ୟରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ ରତ୍ନଭଣ୍ଡାର ତଦାରଖ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ଗୁରୁବାର ଭିତର ରତ୍ନଭଣ୍ଡାର ପୁନଃ ଖୋଲି ଅଳଙ୍କାର ସ୍ଥାନାନ୍ତର ହେବାକୁ ଥିବାରୁ ବୁଧବାର ରାତି ୧୧ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ଚାଲିବ। ପରେ ସୁନାବେଶ ଦର୍ଶନ ବନ୍ଦ ରହିବା ସହ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ। ସେହିପରି ଗୁରୁବାର ସକାଳ ୮ଟା ପରେ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ରହିବ। କେବଳ ଅଧିକୃତ ବ୍ୟକ୍ତି ଓ ସେବା ନିୟୋଜିତ ସେବକମାନେ ପ୍ରବେଶ କରିପାରିବେ। ସମସ୍ତଙ୍କ ସହଯୋଗରେ କାର୍ଯ୍ୟ ଶୃଙ୍ଖଳିତ ଭାବେ ସମ୍ପନ୍ନ ହେବ ବୋଲି ପାଢ଼ୀ ଆଶା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପନେଇଥିଲେ। ପରେ ନୂଆ ତାଲା ପକାଇ ସିଲ୍‌ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଗୁରୁବାର ପୁନର୍ବାର ସମାନ ଏସ୍‌ଓପି ଅନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ ଉପସ୍ଥିତ ରହିବେ। ହାଇମାଷ୍ଟ ଲାଇଟ୍‌ ବ୍ୟବସ୍ଥା କରାଯିବ। ସେହିପରି ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ବିଜୟଙ୍କ ସମର୍ଥନରେ ବାହାରିଲେ କମଲ ହାସନ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ, ଅଭିନେତା ବିଜୟଙ୍କ ଦଳ, ‘ତାମିଜାଗା ଭେଟ୍ରି କାଝାଗମ’ (ଟିଭିକେ), ଏକକ ବୃହତ ଦଳ ଭାବରେ ଉଭା ହୋଇଛି। ଫଳସ୍ବରୂପ, ରାଜ୍ୟରେ ସରକାର…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri