ଅଚଳ ନଳକୂପ ମରାମତି କର

ବଇଣ୍ଡା,୧୨।୩(ଡି.ଏନ.ଏ.)

ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାରେ କିପରି ସୁଧାର ଅଣାଯିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ଏହି ଯୋଜନାକୁ କିଭଳି ସମସ୍ତ ପରିବାର ନିକଟରେ ପହଞ୍ଚାଯାଇ ପାରିବ ସେଥିପ୍ରତି ପଞ୍ଚାୟତ ପ୍ରତିନିଧିମାନେ ଅଧିକ ଗୁରୁତ୍ୱ ଦିଅନ୍ତୁ ବୋଲି ସୋମବାର ଆଠମଲ୍ଲିକ ବ୍ଲକ ସଭାଗୃହ ପରିସରରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇଥିବା ଅଧିକାରୀମାନେ ମତପ୍ରକାଶ କରିଛନ୍ତି। ବ୍ଲକ ଅଧ୍ୟକ୍ଷ ଦୁଃଶାସନ ରାଉଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଡିଓ ସନ୍ତୋଷ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷା ମମତା ମହାଖୁଡ଼, ଜିଲାପରିଷଦ ସଦସ୍ୟା ରଶ୍ମିରେଖା ମାହାର, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ପ୍ରଧାନ, ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଶୁଣ୍ଢିଙ୍କ ସମେତ ସରପଞ୍ଚ, ସମିତିସଭ୍ୟ ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଆଗକୁ ପ୍ରବଳ ଖରା ହେଉଥିବାବେଳେ ଅଚଳ ଥିବା ସମସ୍ତ ନଳକୂପ କିଭଳି ମରାମତି କରାଯିବ ଓ ଯେଉଁ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଲାଗି ରହିଛି ସେହି ଗ୍ରାମଗୁଡ଼ିକରେ ନୂତନ ନଳକୂଅ ଖୋଳାଯାଇ ପାନୀୟ ଜଳ ଯୋଗାଇ ଦିଆଯିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?