ଶ୍ରୀମନ୍ଦିର ନାଟମଣ୍ଡପ ମରାମତି: ମାର୍ଚ୍ଚ ୨୦ ସୁଦ୍ଧା ସମ୍ପୂର୍ଣ୍ଣ ହେବ କାର୍ଯ୍ୟ

କଟକ,୨୨ା୨(କାର୍ତ୍ତିକ ସାହୁ): ଭାରତୀୟ ପ୍ରତ୍ନତତ୍ତ୍ୱ ଗବେଷଣା ସଂସ୍ଥା(ଏଏସ୍‌ଆଇ) ପୁରୀ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ଶେଷ କରି ଶ୍ରୀମନ୍ଦିର ପ୍ରଶାସନକୁ ଦାୟିତ୍ୱ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇ ପୁରୀ ସର୍କଲ୍‌ର ସୁପରିନ୍‌ଟେଣ୍ଡିଂ ଆର୍କିଓଲୋଜିଷ୍ଟ୍‌ ଡ. ଦିବିଶାଦ ବ୍ରଜସୁନ୍ଦର ଗଡ଼ନାୟକ ଗୁରୁବାର ସୂଚନା ଦେଇଛନ୍ତି।
ଡ.ଗଡ଼ନାୟକଙ୍କ କହିବାନୁସାରେ, ଜାନୁଆରୀ ୧୦ରେ ନାଟମଣ୍ଡପ ମରାମତି ପାଇଁ ଗଠିତ କୋର୍‌ କମିଟି ଓ ଏଏସ୍‌ଆଇର ମିଳିତ ବୈଠକ ବସି ନାଟମଣ୍ଡପ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନାଟମଣ୍ଡପ ସଂରକ୍ଷଣ କାମ ଅବିରତ ଚାଲିଛି। ଆସନ୍ତା ଏପ୍ରିଲ ୩୦ରେ ନାଟମଣ୍ଡପ ମରାମତି କାର୍ଯ୍ୟ ସାରିବା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ତେବେ ଏଏସ୍‌ଆଇ ତା’ ପୂର୍ବରୁ ଏହି କାମ ଶେଷ କରିବାକୁ ଆଶା ରଖିଥିବା ସେ କହିଛନ୍ତି। ପ୍ରତ୍ୟହ ଅପରାହ୍ନ ୧ଟାରୁ ସନ୍ଧ୍ୟା ୭ଟା ଯାଏ ମରାମତି କାର୍ଯ୍ୟ କରାଯିବ। ଏହି ମରାମତି ପାଇଁ ସପୋର୍ଟ ସିଷ୍ଟମ କାର୍ଯ୍ୟ ଶୁକ୍ରବାରଠାରୁ ଆରମ୍ଭ ହେବ। ସେବାୟତ ଓ ମନ୍ଦିର ପ୍ରଶାସନର ମିଳିତ ବୈଠକରେ ଏନେଇ ଆଲୋଚନା କରାଯାଇଛି ବୋଲି ଡ. ଗଡ଼ନାୟକ କହିଛନ୍ତି।
ସୂଚନା ଅନୁସାରେ, ହାଇକୋର୍ଟ ଗତ ନଭେମ୍ବର ୧୫ ଶୁଣାଣିରେ ନାଟମଣ୍ଡପ ମରାମତି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ନିମନ୍ତେ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମରାମତି କାର୍ଯ୍ୟ ଦିନକୁ ୬ ଘଣ୍ଟା ଲେଖାଏ କରି ୧୨୦ ଦିନରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ଆମିକସ୍‌ କ୍ୟୁରି ଏହି କାମର ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏଏସ୍‌ଆଇକୁ ଏଥିପାଇଁ ସହଯୋଗ ଯୋଗାଇ ଦେବ। ଏପରିକି ଶ୍ରଦ୍ଧାଳୁମାନେ ଦିଅଁ ଦର୍ଶନ କରିବା ନେଇ ଅସୁବିଧାରେ ନ ପଡ଼ନ୍ତି ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିବ। ନାଟମଣ୍ଡପ ମରାମତି ଓ ଶ୍ରଦ୍ଧାଳୁ ଦର୍ଶନ ଉଭୟ କାର୍ଯ୍ୟ ଠିକ ଭାବେ ହେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଉଭୟ ମଧ୍ୟରେ ସମନ୍ବୟ ରକ୍ଷା କରିବ ବୋଲି ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?