ପୂଜାଛୁଟିରେ ହେଡକ୍ୱାର୍ଟର ଛାଡ଼ିପାରିବେନି ଶିକ୍ଷକ: ଭିତ୍ତିଭୂମି ସଜାଡ଼ିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର,୧୨ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କୋଭିଡ୍‌ ପରିଚାଳନା ପାଇଁ ସ୍କୁଲଗୁଡ଼ିକରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଓ କୋଭିଡ୍‌ କେୟାର ହସ୍ପିଟାଲ କରାଯାଇ କୋଭିଡ୍‌ ସଂକ୍ରମିତଙ୍କୁ ଚିକିତ୍ସା କରାଯାଉଥିଲା। ଉକ୍ତ ସେଣ୍ଟରଗୁଡ଼ିକ ଅନେକ ଦିନ ହେଲା ବନ୍ଦ ହୋଇସାରିଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍କୁଲ ଖୋଲିବ। ଏଣୁ ଏହା ପୂର୍ବରୁ ପ୍ରସ୍ତୁତ କରିବାକୁ ପଡ଼ିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଅନୁଷ୍ଠିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକ କରି ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲଗୁଡିକରେ ପରିବେଶ ସଫେଇ, ଆବଶ୍ୟକୀୟ ସରଞ୍ଜାମ ମରାମତି, ବୃକ୍ଷରୋପଣ ଓ ରଙ୍ଗ ଦେବାକୁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ସହକାରୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୂଜା ଛୁଟିରେ କୌଣସି ଶିକ୍ଷକ ନିଜ ହେଡକ୍ୱାର୍ଟର ଛାଡ଼ି ଯିବେ ନାହିଁ। ସେମାନେ ଉକ୍ତ ସବୁ କାର୍ଯ୍ୟ ପରିଚାଳନା କରିବେ। ଶିକ୍ଷୟିତ୍ରୀ ଶିକ୍ଷକ ମାସ୍କ ବ୍ୟବହାର ବାଧ୍ୟତାମୂଳକ। ସ୍କୁଲ ପରିସର ସଫା ଓ ସୁନ୍ଦର ନ ରହିଲେ ଶିକ୍ଷକମାନେ ଦାୟୀ ରହିବେ। ପିଲା ମାନେ ଯେଭଳି ଘର ପାଖ ସ୍କୁଲରେ ପଢ଼ିବେ ଏବଂ କେହି ଡ୍ରପ୍‌ ଆଉଟ୍‌ ରହିବେନି ସେଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ଶିକ୍ଷକ ଯଦି କରୋନା ସଂକ୍ରମିତ ହୁଅନ୍ତି ତେବେ ତାଙ୍କ ଟ୍ରାଭେଲ ହିଷ୍ଟ୍ରି ବାହାର କରି ସଂପୃକ୍ତ ଶିକ୍ଷକଙ୍କୁ ଦାୟୀ କରାଯିବ। ଏହି ବୈଠକରେ ଜିଲା ଶିକ୍ଷାଧିକାରୀ ଅମୂଲ୍ୟ କୁମାର ପ୍ରଧାନ, ଜିଲା ସମାଜ ମଙ୍ଗଳ ଅଧିକାରୀ ପରୀକ୍ଷିତ ଦାଶ, ସମଗ୍ର ଶିକ୍ଷା ଜିଲା ସଂଯୋଜକ ବିନୀତା ସେନାପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri