ମରାମତିକୁ ୬ ମାସ ପୂରିଲାନି: ରାସ୍ତାରେ ଖାଲ

ପଟ୍ଟାମୁଣ୍ଡାଇ, ୨୧ା୮(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ବାଇପାସ୍‌ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୨ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି ସାଜିଛି। ଗତ ୨ ବର୍ଷ ମଧ୍ୟରେ ଉକ୍ତ ରାସ୍ତାର ନିର୍ମାଣ ଓ ମରାମତି ବାରମ୍ବାର କରାଯାଇଛି। କିନ୍ତୁ ରାସ୍ତା ନିର୍ମାଣ, ମରାମତି ହେବା ପରେ ମଧ୍ୟ ରାସ୍ତାରୁ ପିଚୁ ଉଠିଯିବା ସହ ଗାତ ସୃଷ୍ଟି ହୋଇ ଯାତାୟାତରେ ଅନ୍ତରାୟ ସୃଷ୍ଟି କରିଛି ।
ସାମାଜିକ କର୍ମୀ ଆଲୋକ ଧଳ, ମିଟୁ ଧଳ, ପ୍ରବୋଧ ଖଣ୍ଡେଇ, ସୁଶାନ୍ତ ଯେନା ପ୍ରମୁଖ କୁହିଛନ୍ତି, କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନରେ କେଳେଙ୍କାରୀ ପଦାରେ ପଡ଼ିଛି। ପଟ୍ଟାମୁଣ୍ଡାଇ ବାଇପାସ ପାଖରୁ ଇନ୍ଦୁପୁର ମଧ୍ୟରେ କୋଟି କୋଟି ଟଙ୍କାର କାମ ହୋଇଛି। ମାତ୍ର ବିଭାଗୀୟ ଅଧିକାରୀ ବେଫିକର ମନୋଭାବ ଯୋଗୁ ରାସ୍ତାର ଚାରିଆଡେ ପିଚୁ ଉଠି ଗାତ ସୃଷ୍ଟି ହୋଇ ଯାତାୟାତରେ ବାଧା ଉପୁଜୁଛି। ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ମରାମତି କାର୍ଯ୍ୟ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୬ ମାସ ତଳେ ପଟ୍ଟାମୁଣ୍ଡାଇ ବାଇପାସ୍‌ ପାଖରୁ କୈଳାସି ପୋଲ ପଛକୁ ୯ ଶହ ମିଟର କର୍ଯ୍ୟ ପାଇଁ ୨୬ ଲକ୍ଷ ବ୍ୟୟ ଅଟକଳରେ ଖାଲଖମା ମରାମତି ଓ ଉପର ପିଚୁ କାର୍ଯ୍ୟ ହୋଇଥିଲା। ସେହିଠାରୁ ନୀଳକଣ୍ଠପୁର ପର୍ଯ୍ୟନ୍ତ ୧୫ ଶହ ମିଟର କାମ ପାଇଁ ୫୫ ଲକ୍ଷ ବ୍ୟୟ ଅଟକଳରେ ଖାଲଖମା ମରାମତି ହୋଇଥିଲା।
୮ ମାସ ତଳେ ଘାଘରାଠାରୁ ଚଉଦକୁଲାଟ ପର୍ଯ୍ୟନ୍ତ ୨ କିମି, ଚଉଦକୁଲାଟଠାରୁ ନୀଳକଣ୍ଠପୁର ଘେରି ପର୍ଯ୍ୟନ୍ତ ୨ କିମି ରାସ୍ତା ପାଇଁ ୪୮ ଲକ୍ଷ ୯୪ ହଜାର ବ୍ୟୟ ଅଟକଳରେ ଖାଲଖମା ମରାମତି ଓ ଉପର ପିଚୁ କାର୍ଯ୍ୟ ହୋଇଥିଲା। ବର୍ତ୍ତମାନ ରାସ୍ତାରେ ବଡ଼ ବଡ଼ ଗାତ ହୋଇଛି। ଠିକାଦାର ଓ ଯନ୍ତ୍ରୀ ସଲାସୁତରାରେ କୋଟି କୋଟି ଟଙ୍କାର କାମକୁ ଅତି ନିମ୍ନମାନର କରାଯାଇ ହରିଲୁଟ କରାଯାଉଛି ବୋଲି ଅଭିଯୋଗ ହେଉଛି। ବୁଦ୍ଧିଜୀବୀ ପ୍ରମୋଦ ଜେନା କହିଛନ୍ତି, ବ୍ରାହ୍ମଣୀ ଘେରି ବନ୍ଧ ପଟ୍ଟାମୁଣ୍ଡାଇ ବାଇପାସ୍‌ ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ଖାଲଖମାରେ ପରିଣତ ହୋଇ ଯାତାୟାତରେ ବାଧା ସୃଷ୍ଟି ହେଉଥିଲା। ଏହାର ମରାମତି ପାଇଁ ସାଧାରଣରେ ଦାବି ହୋଇ ଆସୁଥିଲା। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହି ରାସ୍ତାର ମରାମତି ପାଇଁ ୪ଟି ପର୍ଯ୍ୟାୟରେ ୧ କୋଟି ୩୦ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ। ଏହି କାର୍ଯ୍ୟକୁ କରିବାକୁ ଠିକାଦାରଙ୍କୁ ଟେଣ୍ଡର ମାଧ୍ୟମରେ କାର୍ଯ୍ୟଦେଶ ପ୍ରଦାନ କରାଯାଇଥିଲା। ମାତ୍ର ଠିକାଦାର ନାମକୁ ମାତ୍ର ଜେନେତେନ ପ୍ରକାର ନିମ୍ନମାନର କାମ କରି ସାରି ଦେଇଥିଲେ। ଫଳରେ ୬ ମାସ ଭିତରେ ରାସ୍ତାରେ ଆଣ୍ଠୁଏ ଲେଖାଏ ଗାତ ସୃଷ୍ଟି ହୋଇଛି। ଘେରିବନ୍ଧ ଉପରେ ଇନ୍ଦୁପୁର ପାଖରୁ ପଟ୍ଟାମୁଣ୍ଡାଇ ପର୍ଯ୍ୟନ୍ତ ଲକ୍ଷାଧିକ ଲୋକ ନିର୍ଭର କରୁଥିବା ବେଳେ ଏହି ରାସ୍ତାକୁ ଜଳସମ୍ପଦ ବିଭାଗ ଉପର ଠାଉରିଆ ଭାବେ ମରାମତି କରିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ସହ ନିର୍ବାହୀ ଯନ୍ତ୍ରୀ ପ୍ରଭାତ ସାହୁଙ୍କୁ ପଚାରିବାରେ ଏହି କାମ ସମ୍ପର୍କରେ ମୁଁ ଅନୁଧ୍ୟାନ କରି ପୁନଃ ନିର୍ମାଣ କାର୍ଯ୍ୟ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri