Posted inଜାତୀୟ

ମୁସଲିମ ବିବାହ, ତଲାକ ଆଇନକୁ ରଦ୍ଦ କରି ମୁଖ୍ୟମନ୍ତ୍ରୀ କହିଲେ ଏହାଦ୍ୱାରା କମିବ ବାଲ୍ୟ ବିବାହ

ଗୁଆହାଟୀ,୨୪।୨: ରାଜ୍ୟରେ ବାଲ୍ୟ ବିବାହ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଆସାମ ସରକାର ମୁସଲିମ ବିବାହ ଏବଂ ଛାଡପତ୍ର ପଞ୍ଜୀକରଣ ଆଇନ, ୧୯୩୫ ରଦ୍ଦ କରିଦେଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସୋସିଆଲ ମିଡିଆରେ ଶେୟାର ହୋଇଥିବା ଏକ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଲେଖିଛନ୍ତି ଯେ ‘ଫେବୃଆରୀ ୨୩ ରେ ଆସାମ କ୍ୟାବିନେଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ବର୍ଷ ବର୍ଷ ପୁରୁଣା ଆସାମ ମୁସଲିମ ବିବାହ ଏବଂ ଛାଡପତ୍ର ପଞ୍ଜୀକରଣ ଆଇନକୁ ପ୍ରତ୍ୟାହାର କରିନେଇଛି। ଏହି ଆଇନରେ କିଛି ବ୍ୟବସ୍ଥା ଥିଲା ଯେ ଯଦିଓ କନ୍ୟା ଏବଂ ବର ବିବାହ ପାଇଁ ଆଇନଗତ ବୟସ ହୋଇନଥାନ୍ତେ ଯଥା ଝିଅମାନଙ୍କ ପାଇଁ ୧୮ ବର୍ଷ ଏବଂ ପୁଅମାନଙ୍କ ପାଇଁ ୨୧ ବର୍ଷ, ବିବାହ ପଞ୍ଜିକୃତ ହୋଇପାରେ। ଆସାମରେ ବାଲ୍ୟ ବିବାହ ବନ୍ଦ କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
ଆସାମ ସରକାର କହିଛନ୍ତି ଯେ ମୁସଲିମ ବିବାହ ଏବଂ ଛାଡପତ୍ର ପଞ୍ଜୀକରଣ ଆଇନ ରଦ୍ଦ ହେବା ପରେ ମୁସଲିମ ବିବାହ ପଞ୍ଜୀକରଣ ଜିଲା କମିସନର ତଥା ଜିଲା ରେଜିଷ୍ଟ୍ରାରଙ୍କ ଦ୍ୱାରା ମଧ୍ୟ ସ୍ବତନ୍ତ୍ର ବିବାହ ଅଧିନିୟମ ଅନୁଯାୟୀ କରାଯିବ, ଯାହା ପୂର୍ବରୁ ୯୪ମୁସଲମାନ ବିବାହ ରେଜିଷ୍ଟ୍ରାରଙ୍କ ଦ୍ୱାରା କରାଯାଇଥିଲା। ମୁସଲିମ ବିବାହ ପଞ୍ଜିକରଣ କରୁଥିବା ରେଜିଷ୍ଟ୍ରାରଙ୍କୁ ହଟାଇ ଦିଆଯିବ ଏବଂ ସେମାନଙ୍କୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ଏହି ଆଇନଗୁଡିକ ବ୍ରିଟିଶ ଶାସନ ଯୁଗରୁ ଆସିଛି ବୋଲି ଆସାମ ସରକାର ଯୁକ୍ତି ବାଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri