ଏମ୍‌କେସିଜିରେ ବାରମ୍ବାର ସିଲିଂ ଖସିବା ଘଟଣା: ଏନ୍‌ଏଚ୍‌ଆରସିରେ ମାମଲା ରୁଜୁ

ବ୍ରହ୍ମପୁର ଅଫିସ,୨୩ା୯: ବ୍ରହ୍ମପୁରରେ ଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ ନିର୍ମାଣ ହୋଇଥିବା ଅତ୍ୟାଧୁନିକ ସୁପରସ୍ପେଶାଲିଟି ବ୍ଲକରୁ ବାରମ୍ବାର ସିଲିଂ ଖସିବା ଘଟଣାକୁ ନେଇ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆରସି)ରେ ଗୁରୁବାର ମାମଲା ରୁଜୁ ହୋଇଛି। ବ୍ରହ୍ମପୁର ସହରର ସାମାଜିକ କର୍ମୀ ରବୀନ୍ଦ୍ର କୁମାର ମିଶ୍ର ଏନ୍‌ଏଚ୍‌ଆରସିରେ ମାମଲା ରୁଜୁ କରିବା ସହିତ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି। ଏନ୍‌ଏଚ୍‌ଆରସି ଏହି ମାମଲାକୁ ଗ୍ରହଣ କରିଛନ୍ତି। ପ୍ରକାଶଯେ,ଏମ୍‌କେସିଜି ପରିସରରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା(ପିଏମ୍‌ଏସ୍‌ଏସ୍‌ୱାଇ)ରେ ୧୫୦ କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ସୁପରସ୍ପେଶାଲିଟି ବ୍ଲକ୍‌ ତିଆରି କରାଯାଇଛି। ଗତ ମାସ ୨୬ ତାରିଖରେ ଉକ୍ତ କୋଠାର ୫ମ ମହଲାରେ ୟୁରୋଲୋଜି ବିଭାଗ ଓଟିରେ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟଥିବାବେଳେ ଗତ ୯ ତାରିଖରେ ପୁଣିଥରେ ଏଣ୍ଡୋକ୍ରାଇନୋଲୋଜି ବିଭାଗ ଇନ୍‌ଡୋର୍‌ ଛାତରୁ ସିଲିଂ ଖସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri