ବାରମ୍ବାର କରୁଥିଲେ ପ୍ରେମ ନିବେଦନ, ଅନ୍ୟତ୍ର ବିବାହ କରିବାରୁ ପ୍ରେମିକାର ସ୍ବାମୀଙ୍କୁ କଲେ ଏମିତି …

ରାୟଗଡ଼/ଗଜପତି(ଡି.ଏନ୍‌.ଏ.),୧୭।୯: ଗଜପତି ଜିଲା ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ହାଟରେ ଶୁକ୍ରବାର ଅଘଟଣ ଘଟିଛି। ଜନଗହଳି ପୂର୍ଣ୍ଣ ହାଟରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ରାସିବାଡଡ଼ ଗ୍ରାମର ରଞ୍ଜିତ ଦାଣ୍ଡିଆ। ପୋଲିସ ଆକ୍ରମଣକାରୀ ବାପୁନୀ ଆଚାରୀକୁ କାବୁ କରିଛି। ସେ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ସୁଚନା ମିଳିଛି। ତେବେ ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଆକ୍ରମଣକାରୀକୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଆକ୍ରମଣକାରୀ ବିବାହ ପୂର୍ବରୁ ରଞ୍ଜିତଙ୍କ ସ୍ତ୍ରୀ ସୁଚିତ୍ରା ଦଣ୍ଡିଆକୁ ପ୍ରେମ ନିବେଦନ କରି ଆସୁଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ରଞ୍ଜିତଙ୍କ ସହ ସୁଚିତ୍ରାଙ୍କ ବିବାହ ହୋଇଥିଲା। ଇତି ମଧ୍ୟରେ ଆକ୍ରମଣକାରୀ ସୁଚିତ୍ରାଙ୍କୁ ହଇରାଣ ହରକତ କରୁଥିଲେ। ଶୁକ୍ରବାର ସେ ସ୍ବାମୀଙ୍କ ସହ ଜିରାଙ୍ଗ ହାଟକୁ ଆସିଥିବା ସମୟରେ ଅତର୍କିତ ଆକ୍ରମଣ କରି ରଞ୍ଜିତକୁ ଛୁରାରେ ଆକ୍ରମଣ କରିଥିବା ତାଙ୍କ ସ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri