ବଦଳିଲେ ବିଏମ୍‌ସି କମିଶନର, କାହାକୁ ନୂଆ ନିଯୁକ୍ତି ମିଳିଛି ଜାଣନ୍ତୁ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ବଦଳିଛନ୍ତି। ବିଏମ୍‌ସି କମିଶନର ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରି ଦିଆଯାଇଛି। ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂହଙ୍କୁ ବିଏମ୍‌ସି କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସିଂହ ୧୯୯୭ ବ୍ୟାଚର ଆଇଏଏସ ଅଫିସର।
ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ସଚିବ ଥିବା ସଞ୍ଜୟ କୁମାର ସିଂହଙ୍କୁ ବିଏମ୍‌ସି କମିଶନର ଦାୟିତ୍ୱ ସହିତ ବିଡିଏର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି। ଏଥିସହ ତାଙ୍କୁ ସ୍ମାର୍ଟ ସିଟି ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।
ଅନ୍ୟପକ୍ଷରେ ୨୦୧୦ ବ୍ୟାଚର ଆଇଏଏସ ଅଫିସର ପ୍ରେମଚାନ୍ଦ ଚୌଧୁରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗର ଓଏସ୍‌ଡି ଭାବେ ନୂଆ ନିଯୁକ୍ତି ମିଳିଛି। ସଞ୍ଜୟ କୁମାର ସିଂହଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଥିବା ୧୯୯୫ ବ୍ୟାଚର ଆଇଏଏସ ଅଫିସର ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ସଚିବ ସହିତ ଏହି ବିଭାଗର ଅତିରିକ୍ତ ଦାୟିତ୍ୱରେ ସଞ୍ଜୟ କୁମାର ସିଂହ ରହିଥିଲେ। ସେହିପରି ସେ ଇଡ୍‌କୋର ସିଏମ୍‌ଡି ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ।

ନୂଆ ନିର୍ଦ୍ଦେଶନାମା ଅନୁସାରେ ଏବେ ପୂର୍ତ୍ତ ବିଭାଗ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଇଡ୍‌କୋର ସିଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri