ଅମିନଙ୍କୁ ନିଲମ୍ବିତ ପରେ ତହସିଲଦାରଙ୍କୁ ବଦଳି

ରେଢାଖୋଲ ୧୯।୧୧(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ଜୋନ-୨ ନମ୍ବର ଜିଲାପରିଷଦ ସଭ୍ୟ ଶରତ ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଦୁର୍ବ୍ୟବହା କରିବା ଘଟଣା ମହଙ୍ଗା ପଡିଛି। ରାଜସ୍ବ ମନ୍ତ୍ରୀ ଘଟଣାର ତଦନ୍ତ କରିବାକୁ ସମ୍ବଲପୁର ଜିଲାପାଳଙ୍କୁ ନିର୍ଦ୍ଧେଶ ପରେ ଗୋଟିଏ ଦିନରେ ତଦନ୍ତ କରି ପ୍ରଥମେ ଅମିନ କୁଳମଣି ନାଏକଙ୍କୁ ନିଲମ୍ବନ କରିଥିଲେ। ଜିଲାପାଳଙ୍କ ତଦନ୍ତ ରିପୋର୍ଟକୁ ଗୁରୁତ୍ୱ ଦେଇ ସରକାର ତହସିଲଦାର ଦେବାଶିଷ ପାତ୍ରଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି।

ରାଜସ୍ବ ଓ ପରିଚାଳନା ବିଭାଗର ପତ୍ର ସଂଖ୍ୟା-୪୦୦୩୧, ତାରିଖ ୧୮/୧୧/୨୦୨୪ରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ତହସିଲଦାର ଦେବାଶିଷ ପାତ୍ରଙ୍କୁ ସାଧାରଣ ପ୍ରଶାସନ ବିଭାଗ ଭୁବନେଶ୍ବରକୁ ବଦଳି କରାଯାଇଥିବା ବେଳେ ରେଢାଖୋଲ ଅତିରିକ୍ତ ତହସିଲଦାର ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ତହସିଲଦାର ଦାୟିତ୍ୱରେ ରହିବାକୁ କୁହାଯାଇଛି।

ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ଜିଲାପରିଷଦ ସଭ୍ୟ ଶରତ ପ୍ରଧାନ ତାଙ୍କର ଏକ ମ୍ୟୁଟେସନ କେସ ତହସିଲଦାର ଖାରଜ କରିଥିବା ନେଇ କାରଣ ସଂକ୍ରାନ୍ତରେ ପଚାରିବାକୁ ଯାଇଥିଲେ। ସେତିକିବେଳେ ତହସିଲଦାର ତାଙ୍କୁ ଦୁର୍ବ୍ୟବହାର କରିବା ସହ ଅମିନ କୁଳମଣି ନାଏକଙ୍କୁ ଡକାଇ ଅଫିସରୁ ବାହାର କରିବାକୁ ନିର୍ଦ୍ଧେଶ ଦେବା ପରେ ଅମିନ ଜିଲାପରିଷଦ ସଭ୍ୟଙ୍କୁ ଧକ୍କାମାରି ବାହାର କରିଦେଇଥିଲେ।

ଘଟଣାକୁ ନେଇ ଦଳିୟ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।ଏ ନେଇ ତହସିଲଦାରଙ୍କ ବିରୋଧ ପରେ କାର୍ଯ୍ୟାନୁଷ୍ଠାନ ଦାବି କରି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀଙ୍କୁ କର୍ମକର୍ତ୍ତା ଭେଟି ଆଲୋଚନା କରିଥିଲେ। ରାଜସ୍ବ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଧେଶ ପରେ ତଦନ୍ତ ରିପୋଟକୁ ଭିତ୍ତି କରି ତହସିଲଦାରଙ୍କୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri