ନିର୍ବାଚନ ଚାଲିଥିବା ବେଳେ ହତ୍ୟା ଘଟଣାରେ ପୋଲିସ, ଅବକାରୀ ଅଧିକାରୀଙ୍କ ବଦଳି

ବରଗଡ଼,୨୪ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ୨୦ତାରିଖ ମତଦାନ ଚାଲିଥିବା ବେଳେ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ ଅଟୋଚାଳକଙ୍କୁ ହତ୍ୟା ଘଟଣାରେ ଶୁକ୍ରବାର ବରଗଡ଼ ସଦର ଥାନା ଅଧିକାରୀ ମାନସ କୁମାର ଭୋଇ ଏବଂ ଅବକାରୀ ଷ୍ଟେଶନ ଅଧିକାରୀ ସିଦ୍ଧାନ୍ତ ପାତ୍ରଙ୍କ ବଦଳି ହୋଇଛି। ଉଭୟଙ୍କୁ ନୂଆପଡ଼ା ଜିଲାକୁ ବଦଳି ହୋଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହି ଘଟଣାର ତଦନ୍ତ ଦାୟିତ୍ୱ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡ଼ିସି) ଶ୍ରୀକାନ୍ତ ପୃଷ୍ଟିଙ୍କୁ ଦେଇଥିଲେ। ଗତ ୨୧ତାରିଖ ଆରଡିସି ବରଗଡ଼ ଗସ୍ତରେ ଆସି ଏହାର ତଦନ୍ତ କରିଥିଲେ ଏବଂ ତଦନ୍ତ ରିପୋର୍ଟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିଥିଲେ। ଘଟଣା ଦିନ ଅଭିଯୁକ୍ତମାନେ ନିଶାସକ୍ତ ଅବସ୍ଥାରେ ରହିଥିବା ନେଇ ତଦନ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏହାପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଧଳ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ସଦର ଥାନାଧିକାରୀ ଏବଂ ଅବକାରୀ ଷ୍ଟେଶନ ଅଧିକାରୀଙ୍କୁ ବଦଳି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତାକୁ ଆଧାର କରି ବରଗଡ଼ ସଦର ଥାନା ଅଧିକାରୀ ଭୋଇ ଏବଂ ଅବକାରୀ ଷ୍ଟେଶନ ଅଧିକାରୀ ପାତ୍ରଙ୍କୁ ନୂଆପଡ଼ା ଜିଲାକୁ ବଦଳି କରାଯାଇଛି। ତେବେ ସଦର ଥାନା ଅଧିକାରୀଙ୍କ ସ୍ଥାନରେ ଶର୍ମିଷ୍ଠା ପ୍ରଧାନଙ୍କୁ ଅବସ୍ଥାପିତ କରାଯାଇ ଥିବାବେଳେ ଅବକାରୀ ଷ୍ଟେଶନ ଅଧିକାରୀ ପାତ୍ରଙ୍କ ସ୍ଥାନରେ ସ୍ବପ୍ନାରାଣୀ ସେଠୀଙ୍କୁ ଅବସ୍ଥାପିତ କରାଯାଇପାରେ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?