Posted inରାଜ୍ୟ

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ କିଣି ଘରେ ନରଖିବା ପାଇଁ ମଧ୍ୟ ମନ୍ତ୍ରୀ ଶ୍ରୀ ପାତ୍ର ଜନସାଧାରଣ ମାନଙ୍କୁ ନିବେଦନ କରିଛନ୍ତି । ସେହିଭଳି ଏହାର ସୁଯୋଗ ନେଇ ବ୍ୟବସାୟୀ ମାନେ ମୂଲ୍ୟବୃଦ୍ଧି ନକରିବା ପାଇଁ ମଧ୍ୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବା ସହ ବିଭିନ୍ନ ଅଭିଯୋଗକୁ ଭିତ୍ତିକରି ବିଭାଗୀୟ ଅଧିକାରୀ ମାନେ ଅନେକ ସ୍ଥାନରେ ଚଢ଼ାଉ ଯାରି ରଖିଛନ୍ତି । ଆଜି ଯୋଗାଣ ବିଭାଗ ପକ୍ଷରୁ ଏକ ନଂ ଓ ଚାରି ନଂ ମାର୍କେଟ, ଇନ୍ଦ୍ରଧନୁ ମାର୍କେଟ, ଡମଣା, ବଡଗଡ଼, ସହିଦ ନଗର ଆଦି ଅଞ୍ଚଳରେ ଚଢ଼ାଉ କରାଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନଂ ଯାରି କରାଯାଇଛି । ଏହି ନମ୍ବରଟି ହେଉଛି -୦୬୭୪-୨୩୯୬୨୨୭ । ସେହିଭଳି ନା୍ଫେଡ ପକ୍ଷରୁ ମଧ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସୁଲଭ ମୂଲ୍ୟରେ ପିଆଜ ବିକ୍ରୟ କରାଯଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?