ଓଡ଼ିଶା ସମେତ ୮ରାଜ୍ୟରୁ ରିପୋର୍ଟ ତଲବ

ଭୁବନେଶ୍ୱର,୨ା୯(ବ୍ୟୁରୋ):ଓଡ଼ିଶା ସମେତ ୮ରାଜ୍ୟରେ ଖ୍ରୀଷ୍ଟିଆନ ବିରୋଧୀ ଆକ୍ରମଣ ଘଟଣାରେ କି କି କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ସେ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିବାକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ୨ମାସ ସମୟ ଦେଇଛନ୍ତି। ଏହି ସମୟ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଓଡ଼ିଶା, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ଛତିଶଗଡ଼, ହରିୟାଣା, ଉତ୍ତରପ୍ରଦେଶ, କର୍ନାଟକ ଏବଂ ବିହାରର ମୁଖ୍ୟ ଶାସନ ସଚିବଙ୍କ ଠାରୁ ତଥ୍ୟ ସଂଗ୍ରହ କରି ସର୍ବୋଚ୍ଚ ଅଦାଲତରେ ରିପୋର୍ଟ ଦାଖଲ କରିବେ। ଖ୍ରୀଷ୍ଟିଆନ ବିରୋଧୀ ଘଟଣା ସମ୍ପର୍କିତ କେତେ ଏତଲା ପଞ୍ଜୀକୃତ ହୋଇଛି, ତଦନ୍ତର ଅଗ୍ରଗତି, କେତେ ଗିରଫ ହୋଇଛନ୍ତି ଏବଂ କେତେ ମାମଲାର ଚାର୍ଜଶିଟ ଦାଖଲ ହୋଇଛି ସେନେଇ ମୁଖ୍ୟ ଶାସନ ସଚିବ ବିସ୍ତୃତ ତଥ୍ୟ ସଂଗ୍ରହ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଅବଗତ କରାଇବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।
ଉପରୋକ୍ତ ୮ଟି ରାଜ୍ୟରେ ଖ୍ରୀଷ୍ଟିଆନଙ୍କ ଉପରେ ପ୍ରାୟ ୭୦୦ରୁ ଊର୍ଦ୍ଧ୍ୱ ଆକ୍ରମଣ ଘଟଣା ସମ୍ପର୍କରେ ଆବେଦନକାରୀ ସର୍ବୋଚ୍ଚ ଅଦାଲତରେ ଜଣାଇଥିଲେ। ସେଥିମଧ୍ୟରେ ଚର୍ଚ୍ଚ ଭଙ୍ଗାଯିବା ଏବଂ ବାଇବେଲ ପୋଡ଼ିବା ଭଳି ଘଟଣା ମଧ୍ୟ ରହିଛି। ୫୩ ଏଫ୍‌ଆଇଆର୍‌ ରୁଜୁ ହୋଇଥିବାବେଳେ ମାତ୍ର ୨୩ଜଣ ଗିରଫ ହୋଇ ଜାମିନରେ ଯାଇଛନ୍ତି ବୋଲି ଉଲ୍ଲେଖ ରହିଥିଲା। ଆବେଦନକାରୀଙ୍କ ମାମଲାକୁ ଗ୍ରହଣ କରିବା ସହ ଆକ୍ରମଣ ଘଟଣାର ସବିଶେଷ ତଥ୍ୟ ୪ସପ୍ତାହ ମଧ୍ୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ପ୍ରଦାନ କରିବାକୁ ଖଣ୍ଡପୀଠ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ।
ଉକ୍ତ ରିପୋର୍ଟ ଦାଖଲ କରିବା ପରେ ସେଥିରୁ ଅଧିକାଂଶ ଅଭିଯୋଗ ମିଥ୍ୟା ଉପରେ ଆଧାରିତ ବୋଲି ସଲିସିଟର ଜେନେରାଲ ଯାଞ୍ଚ ସମୟରେ ଜାଣିବାକୁ ପାଇଥିଲେ। ତେଣୁ କେବଳ ଆବେଦନକୁ ଆଧାରକରି କୌଣସି ରାୟ ପ୍ରକାଶ କରିବା ଠିକ୍‌ ହେବ ନାହିଁ ବୋଲି ମେହେଟ୍ଟା ଖଣ୍ଡପୀଠ ନିକଟରେ ଜଣାଇଥିଲେ। ସିଲିସିଟର ଜେନେରାଲଙ୍କ ଯୁକ୍ତି ଶୁଣିବା ପରେ ସର୍ବୋଚ୍ଚ ଅଦାଲତ ଏସମ୍ପର୍କିତ ବିସ୍ତୃତ ରିପୋର୍ଟ ୮ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କଠାରୁ ତଲବ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri