ନିର୍ବାଚନ ପ୍ରତିଶ୍ରୁତି କେତେ ପାଳିଛ ରିପୋର୍ଟ ଦିଅ

ଭୁବନେଶ୍ୱର,୯ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଶାସକ ବିଜେଡି ରାଜ୍ୟବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି(ଇସ୍ତାହାର)କିଭଳି କାର୍ଯ୍ୟକାରୀ ହୋଇଛି ତା’ର ରିପୋର୍ଟ ଦେଖାଯିବ। ଏହାଛଡା ସେସବୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ ବିଭାଗ ଗତ ୩ ବର୍ଷ ମଧ୍ୟରେ କ’ଣ ସବୁ ପଦକ୍ଷେପ ନେଇଛନ୍ତି ସେନେଇ ରିପୋର୍ଟ ଦେବା ପାଇଁ ରାଜ୍ୟ ସରକାର ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର କ୍ରମାଗତ ୫ମ ଥର ଶପଥ ନେବା ଦିନ ହିଁ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଡାକି ୨୦୧୯ ସାଧାରଣ ନିର୍ବାଚନରେ ଦଳ ଦେଇଥିବା ନିର୍ବାଚନୀ ଇସ୍ତାହାର ଉପରେ ମୋହର ମାରିଥିଲେ। ମେ ୨୯ରେ ବିଜେଡି ସରକାରର ୫ମ ପାଳିର ୩ ବର୍ଷ ପୂର୍ତ୍ତି ହେବାକୁ ଯାଉଛି। ୨୦୧୯ ମେ’ରୁ ୨୦୨୨ ମାର୍ଚ୍ଚ ମଧ୍ୟରେ ନିର୍ବାଚନୀ ଇସ୍ତାହାରକୁ କାର୍ଯ୍ୟକାରୀ କରିବା ଦିଗରେ ବିଭାଗଗୁଡ଼ିକ କି ପଦକ୍ଷେପ ନେଇଛନ୍ତି ଏବଂ ବର୍ତ୍ତମାନର ସ୍ଥିତି କ’ଣ ତାହା ଜଣାଇବା ଲାଗି ମଧ୍ୟ କୁହାଯାଇଛି।
ରାଜ୍ୟ ସରକାରଙ୍କ ତରଫରୁ ୧୯ଟି ପ୍ରମୁଖ ବିଭାଗକୁ ଦିଆଯାଇଥିବା ଚିଠିରୁ ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ୫ମ ପାଳି ସରକାରର ୩ ବର୍ଷ ପୂର୍ତ୍ତି ଅବସରରେ ଇସ୍ତାହାର ପୂରଣ କେତେ ମାତ୍ରାରେ ହୋଇଛି ତା’ର ସମୀକ୍ଷା କରିବେ। ଏନେଇ ସବୁ ବିଭାଗ ମେ ୭ ତାରିଖ ସୁଦ୍ଧା ଜଣାଇବାକୁ ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଗତବର୍ଷ ମେ ୨୯ ତାରିଖରେ ସରକାର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ମନ୍ତ୍ରୀ ପରିଷଦରେ ପାରିତ ସଂକଳ୍ପ ଅନୁସାରେ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନାକୁ ସ୍କୁଲ ଓ କଲେଜ ପାଠ୍ୟକ୍ରମ ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା। ଏହାସହ ବିପର୍ଯ୍ୟୟ ମୁକାବିଲା ଦିଗରେ ରାଜ୍ୟରେ ପ୍ରତ୍ୟେକଙ୍କୁ ଜଣେ ଲେଖାଏ ଯୋଦ୍ଧା ଭାବେ ବିକଶିତ କରିବାକୁ ଏହି ସଂକଳ୍ପରେ ପାରିତ ହୋଇଥିଲା। ଏଥିଲାଗି ଏକ ଟାସ୍କଫୋର୍ସ ଗଠନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ସେହି ସଂକଳ୍ପର ମୁଖ୍ୟ ଲକ୍ଷ୍ୟ ଥିଲା, ରାଜ୍ୟର ପ୍ରତ୍ୟେକ ଘରେ ଜଣେ ଲେଖାଏ ଯୋଦ୍ଧା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ସଂକଳ୍ପ କାର୍ଯ୍ୟକାରୀ କରିବାରେ ବିଭାଗଗୁଡ଼ିକ ନେଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ମଧ୍ୟ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri