ନିର୍ବାଚନ ପ୍ରତିଶ୍ରୁତି କେତେ ପାଳିଛ ରିପୋର୍ଟ ଦିଅ

ଭୁବନେଶ୍ୱର,୯ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଶାସକ ବିଜେଡି ରାଜ୍ୟବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି(ଇସ୍ତାହାର)କିଭଳି କାର୍ଯ୍ୟକାରୀ ହୋଇଛି ତା’ର ରିପୋର୍ଟ ଦେଖାଯିବ। ଏହାଛଡା ସେସବୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ ବିଭାଗ ଗତ ୩ ବର୍ଷ ମଧ୍ୟରେ କ’ଣ ସବୁ ପଦକ୍ଷେପ ନେଇଛନ୍ତି ସେନେଇ ରିପୋର୍ଟ ଦେବା ପାଇଁ ରାଜ୍ୟ ସରକାର ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର କ୍ରମାଗତ ୫ମ ଥର ଶପଥ ନେବା ଦିନ ହିଁ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଡାକି ୨୦୧୯ ସାଧାରଣ ନିର୍ବାଚନରେ ଦଳ ଦେଇଥିବା ନିର୍ବାଚନୀ ଇସ୍ତାହାର ଉପରେ ମୋହର ମାରିଥିଲେ। ମେ ୨୯ରେ ବିଜେଡି ସରକାରର ୫ମ ପାଳିର ୩ ବର୍ଷ ପୂର୍ତ୍ତି ହେବାକୁ ଯାଉଛି। ୨୦୧୯ ମେ’ରୁ ୨୦୨୨ ମାର୍ଚ୍ଚ ମଧ୍ୟରେ ନିର୍ବାଚନୀ ଇସ୍ତାହାରକୁ କାର୍ଯ୍ୟକାରୀ କରିବା ଦିଗରେ ବିଭାଗଗୁଡ଼ିକ କି ପଦକ୍ଷେପ ନେଇଛନ୍ତି ଏବଂ ବର୍ତ୍ତମାନର ସ୍ଥିତି କ’ଣ ତାହା ଜଣାଇବା ଲାଗି ମଧ୍ୟ କୁହାଯାଇଛି।
ରାଜ୍ୟ ସରକାରଙ୍କ ତରଫରୁ ୧୯ଟି ପ୍ରମୁଖ ବିଭାଗକୁ ଦିଆଯାଇଥିବା ଚିଠିରୁ ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ୫ମ ପାଳି ସରକାରର ୩ ବର୍ଷ ପୂର୍ତ୍ତି ଅବସରରେ ଇସ୍ତାହାର ପୂରଣ କେତେ ମାତ୍ରାରେ ହୋଇଛି ତା’ର ସମୀକ୍ଷା କରିବେ। ଏନେଇ ସବୁ ବିଭାଗ ମେ ୭ ତାରିଖ ସୁଦ୍ଧା ଜଣାଇବାକୁ ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଗତବର୍ଷ ମେ ୨୯ ତାରିଖରେ ସରକାର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ମନ୍ତ୍ରୀ ପରିଷଦରେ ପାରିତ ସଂକଳ୍ପ ଅନୁସାରେ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନାକୁ ସ୍କୁଲ ଓ କଲେଜ ପାଠ୍ୟକ୍ରମ ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା। ଏହାସହ ବିପର୍ଯ୍ୟୟ ମୁକାବିଲା ଦିଗରେ ରାଜ୍ୟରେ ପ୍ରତ୍ୟେକଙ୍କୁ ଜଣେ ଲେଖାଏ ଯୋଦ୍ଧା ଭାବେ ବିକଶିତ କରିବାକୁ ଏହି ସଂକଳ୍ପରେ ପାରିତ ହୋଇଥିଲା। ଏଥିଲାଗି ଏକ ଟାସ୍କଫୋର୍ସ ଗଠନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ସେହି ସଂକଳ୍ପର ମୁଖ୍ୟ ଲକ୍ଷ୍ୟ ଥିଲା, ରାଜ୍ୟର ପ୍ରତ୍ୟେକ ଘରେ ଜଣେ ଲେଖାଏ ଯୋଦ୍ଧା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ସଂକଳ୍ପ କାର୍ଯ୍ୟକାରୀ କରିବାରେ ବିଭାଗଗୁଡ଼ିକ ନେଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ମଧ୍ୟ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri