ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଦୁଇ ଛୁଆ ହାତୀ ସମେତ ତିନି ହାତୀର ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ପିସିସିଏଫ୍‌ (ବନ୍ୟପ୍ରାଣୀ) ଶଶୀ ପଲ ଚକ୍ରଧରପୁର ଡିଭିଜନର ଡିଭିଜନ ରେଲଓ୍ବେ ମ୍ୟାନେଜର ତଥା ଚମ୍ପୁଆ ରେଞ୍ଜରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ବନ ବିଭାଗ ପକ୍ଷରୁ ହାତୀମାନଙ୍କ ଅବସ୍ଥିତି ସମ୍ପର୍କରେ ସୂଚନା ଦିଆଯାଇଥିଲେ ହେଁ ରେଳ ଚାଳକ ତଦନୁଯାୟୀ ଟ୍ରେନର ବେଗ ନିୟନ୍ତ୍ରଣ କରିବା ସହ ଲମ୍ବା ହ୍ବିସିଲ ମାରିଛନ୍ତି କି ନାହିଁ ତାହାର ଯାଞ୍ଚ କରାଯିବ। ଏଣୁ ସେ ସମୟରେ ଟ୍ରେନ୍‌ ଗତି କେତେ ଥିଲା ତାହା ମଧ୍ୟ ମଗାଯାଇଛି ବୋଲି ପିସିସିଏଫ୍‌ କହିଛନ୍ତି। ଅନ୍ୟପକ୍ଷରେ ଯେହେତୁ ଉକ୍ତ ଅଞ୍ଚଳରେ ରେଳପଥ ଜଙ୍ଗଲାଞ୍ଚଳରେ ରହିଛି, ଏହା ହାତୀ ଚଳପ୍ରଚଳ ଅଞ୍ଚଳ ଭାବେ ପରିଗଣିତ ହେଉଛି। ଏଣୁ ବାରମ୍ବାର ଏଭଳି ଅଘଟଣ ଘଟୁଥିବାରୁ ହାଇଟେକ୍‌ ପ୍ରକ୍ରିୟାରେ ହାତୀମାନଙ୍କ ସୁରକ୍ଷା କରିବା ନେଇ ବନ ବିଭାଗ ପଦକ୍ଷେପ ନେବାକୁ ଯୋଜନା ପ୍ରସ୍ତୁତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri