ରିପୋର୍ଟ ମଗାଯାଇଛି, କାର୍ଯ୍ୟକ୍ରମ କରିନଥିଲେ ଜାରି ହେବ କାରଣ ଦର୍ଶାଅ ନୋଟିସ: ଜିଲା ସଂସ୍କୃତି ଅଧିକାରୀ

ହାଟଡିହି/ଛେନାପଦୀ,୨୭l୪(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକ ସମସ୍ତ ବ୍ଲକକୁ ଅନୁଷ୍ଠିତ ‘ଲୋକ କଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ସମ୍ପର୍କିତ ରିପୋର୍ଟ ମାଗିଥିବା ପ୍ରକାଶ କରିଛନ୍ତି l ଅଧିକାରୀ ନାୟକ କହିଛନ୍ତି , ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶ ଅନୁସାରେ ’ଲୋକ କଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଜିଲାର ସମସ୍ତ ବ୍ଲକକୁ ଚିଠି ଦ୍ୱାରା ଅବଗତ କରାଇଥିଲୁ। ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ କରିଥିବା ଅଳ୍ପ କେତକ ବ୍ଲକ ରିପୋର୍ଟ ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମ ବାବଦରେ ବ୍ଲକ ତରଫରୁ ହୋଇଥିବା ଖର୍ଚ୍ଚ ବିଲ ଦାଖଲ କରିବା ପରେ ତାହା ଭରଣା କରାଯାଇଥାନ୍ତା । ଯେଉଁ ବ୍ଲକ ଏହି କାର୍ଯ୍ୟକ୍ରମ କରିନାହାଁନ୍ତି ସେମାନଙ୍କୁ କାରଣ ଦର୍ଶାଅ ଚିଠି ଜାରି କରାଯିବ ।

ସୂଚନା ଯୋଗ୍ୟ, ଅନୁଦାନ ଅଭାବରୁ ଆନନ୍ଦପୁର ଉପଖଣ୍ଡ ହାଟଡିହୀ, ଆନନ୍ଦପୁର, ଘସିପୁରା ବ୍ଲକରେ ’ଲୋକ କଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇନଥିଲା। ଜିଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ୨୫ ମାର୍ଚ୍ଚ ୨୦୨୬ରେ ବିଭିନ୍ନ ବ୍ଲକକୁ ଜାରି ହୋଇଥିବା ଚିଠି ଅନୁସାରେ ଉକ୍ତ କାର୍ଯ୍ୟକ୍ରମରେ ପ୍ରତିଷ୍ଠିତ ପାରମ୍ପରିକ କଳାକାରମାନଙ୍କୁ ସମ୍ମାନିତ ଏବଂ ସମ୍ବର୍ଦ୍ଧନା କରାଯିବା ସହ ପ୍ରତିଷ୍ଠିତ ଲୋକ କଳାର ପ୍ରଚାର ପ୍ରସାର କରିବା ମୁଖ୍ୟ ଲକ୍ଷ୍ୟ ଥିଲା ବୋଲି ଦର୍ଶାଯାଇଥିଲା । ଏଥିସହ ଉକ୍ତ କାର୍ଯ୍ୟକ୍ରମର ସମସ୍ତ ଦସ୍ତାବିଜ ଓଡ଼ିଆ ପକ୍ଷ -୨୦୨୬ ପାଇଁ ଉର୍ଦ୍ଦିଷ୍ଟ ୱେବସାଇଟରେ ସ୍ଥାନିତ କରିବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ବିଜୟ କେତନ ଉପାଧ୍ୟାୟ ୨୩ ଫେବୃୟାରୀ ୨୦୨୬ ରେ ସମସ୍ତ ଜିଲା ସଂସ୍କୃତି ଅଧିକାରୀ ମାନଙ୍କୁ ଜାରି କରିଥିବା ଚିଠିରେ ଉଲ୍ଲେଖ କରିଥିଲେ ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେପୋ ରେଟ୍‌କୁ ନେଇ RBIର ବଡ଼ ନିଷ୍ପତ୍ତି, ୫.୨୫%ରେ ଅପରିବର୍ତ୍ତିତ; ବଢ଼ିବ ନାହିଁ EMI 

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri