Posted inଜାତୀୟ

୨ ଝିଅଙ୍କ ଆଗରେ ଖବରଦାତାଙ୍କୁ ଗୁଳି

ଗାଜିଆବାଦ,୨୨ା୭: ଉତ୍ତରପ୍ରଦେଶର ଗାଜିଆବାଦରେ ଦୁର୍ବୃତ୍ତମାନେ ଜଣେ ଖବରଦାତାଙ୍କୁ ତାଙ୍କ ଦୁଇ ଝିଅଙ୍କ ସାମ୍ନାରେ ଗୁଳି କରିଛନ୍ତି। ଏନେଇ ପୋଲିସ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ଖବରଦାତା ବିକ୍ରମ ଜୋଷୀ ଏକ ସ୍ଥାନୀୟ ଦୈନିକ ଖବରକାଗଜରେ କାମ କରୁଥିଲେ। ତାଙ୍କ ଝିଆରୀଙ୍କୁ କେତେଜଣ ବ୍ୟକ୍ତି ହଇରାଣ କରୁଥିବା ନେଇ ସେ ଗତ ୧୬ ତାରିଖରେ ବିଜୟ ନଗର ଥାନାରେ ଏତଲା ଦେଇଥିଲେ। ବିକ୍ରମ ସୋମବାର ରାତି ୧୦ଟା ୩୦ରେ ବାଇକ୍‌ରେ ତାଙ୍କ ଦୁଇଝିଅଙ୍କୁ ବୁଲାଇନେଇଥିଲେ। ସେମାନେ ଫେରୁଥିବାବେଳେ ବିଜୟ ନଗର ଏରିଆରେ କେତେଜଣ ଦୁର୍ବୃତ୍ତ ତାଙ୍କୁ ଘେରିଯାଇଥିଲେ। ବିକ୍ରମ କିଛି ବୁଝିବା ପୂର୍ବରୁ ସେମାନଙ୍କ ମଧ୍ୟରୁ ଜଣେ ତାଙ୍କ ମୁଣ୍ଡକୁ ଗୁଳି କରି ଫେରାର ହୋଇଯାଇଥିଲେ। ବିକ୍ରମ ରାସ୍ତାରେ ପଡ଼ିଯାଇଥିବାବେଳେ ତାଙ୍କ ବଡ଼ଝିଅ ସାହାଯ୍ୟ ପାଇଁ ଚିତ୍କାର କରିଥିଲେ। ପରେ ଦୁଇଜଣ ବ୍ୟକ୍ତି ଆସି ତାଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏନେଇ ବିକ୍ରମଙ୍କ ଭାଇ ଅଙ୍କିତ ଜୋଷୀ ଥାନାରେ ଏତଲା ଦେଇଥିଲେ। ସିସିଟିଭି ଫୁଟେଜ ଆଧାରରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଛୋଟୁଙ୍କ ସମେତ ୯ ଜଣଙ୍କୁ ଗିରଫ କରିଛି। ଇତିମଧ୍ୟରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏହି ଘଟଣାକୁ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri