୩ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶିଳ୍ପସଂସ୍ଥା ଏବଂ ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟ ଜଳ ନଦୀ, ଜଳାଶୟକୁ ପ୍ରଦୂଷିତ କରୁଛି। ସ୍ପଞ୍ଜ୍‌ ଆଇରନ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ସଚିବଙ୍କଠାରୁ ରିପୋର୍ଟ ତଲବ କରିଛି ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ସଂକ୍ରାନ୍ତ ଗୃହ କମିଟି। ଫେବୃୟାରୀ ୧ରେ ହେବାକୁ ଥିବା ବୈଠକରେ ସମ୍ପୃକ୍ତ ବିଭାଗ କମିଟି ନିକଟରେ ରିପୋର୍ଟ ଦାଖଲ କରିବେ। ବିଧାନସଭା ସମ୍ମିଳନୀ କକ୍ଷରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଉକ୍ତ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ଶିଳ୍ପସଂସ୍ଥାର ବର୍ଜ୍ୟ ଜଳ ଜଳାଶୟକୁ ପ୍ରଦୂଷିତ କରୁଛି। ଚାଷ ଜମି ପ୍ରଭାବିତ ହେଉଛି। ସ୍ପଞ୍ଜ ଲୁହା କାରଖାନାର ବିଷାକ୍ତ ବାଷ୍ପ ଚିନ୍ତା ବଢ଼ାଇଛି। ସହରାଞ୍ଚଳ ଏବଂ ଗ୍ରାମଞ୍ଚଳ ପରିବେଶ ବିଗିଡ଼ିବାରେ ଲାଗିଛି। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ତରଫରୁ ପ୍ରଦୂଷଣ ନିୟନ୍ତ୍ରଣ ଲାଗି ବିଭିନ୍ନ ପରାମର୍ଶ ଏବଂ ରାୟ ଦିଆଯାଇଛି। ଏହି ସମସ୍ତ ବିଷୟ ବୈଠକରେ ଆଲୋଚନା ହୋଇଥିଲା। ଜଳାଶୟକୁ ଶିଳ୍ପସଂସ୍ଥା ଦ୍ୱାରା ଛଡ଼ାଯାଉଥିବା ବର୍ଜ୍ୟ ଜଳ ଉପରେ ଅନୁଧ୍ୟାନ କରିବା ପାଇଁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି, ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ପରିବେଶ ବିଶୁଦ୍ଧୀକରଣ ପାଇଁ କଂଗ୍ରେସ ବିଧାୟକ ଦଳନେତା ନରସିଂହ ମିଶ୍ର ଏବଂ ସ୍ପଞ୍ଜ ଲୁହା କାରଖାନାଗୁଡିକ ଦ୍ୱାରା ନିର୍ଗତ ବାଷ୍ପ ଉପରେ ଅନୁଧ୍ୟାନ ପାଇଁ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୩ ସବ୍‌ କମିଟି ଗଠନ କରାଯାଇଛି। ଉକ୍ତ କମିଟି ସ୍ଥିତି ଅନୁଧ୍ୟାନ କରି ବିଧାନସଭା ଅଧିବେଶନ ପୂର୍ବରୁ ରିପୋର୍ଟ ପ୍ରଦାନ କରିବେ। ବୈଠକରେ ଉପବାଚସ୍ପତି ରଜନୀକାନ୍ତ ସିଂ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବ୍ରଜକିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ଦାଶରଥି ଗମାଙ୍ଗ, ମିନାକ୍ଷୀ ମହନ୍ତ, ପ୍ରକାଶ ସୋରେନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri