୩ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶିଳ୍ପସଂସ୍ଥା ଏବଂ ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟ ଜଳ ନଦୀ, ଜଳାଶୟକୁ ପ୍ରଦୂଷିତ କରୁଛି। ସ୍ପଞ୍ଜ୍‌ ଆଇରନ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ସଚିବଙ୍କଠାରୁ ରିପୋର୍ଟ ତଲବ କରିଛି ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ସଂକ୍ରାନ୍ତ ଗୃହ କମିଟି। ଫେବୃୟାରୀ ୧ରେ ହେବାକୁ ଥିବା ବୈଠକରେ ସମ୍ପୃକ୍ତ ବିଭାଗ କମିଟି ନିକଟରେ ରିପୋର୍ଟ ଦାଖଲ କରିବେ। ବିଧାନସଭା ସମ୍ମିଳନୀ କକ୍ଷରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଉକ୍ତ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ଶିଳ୍ପସଂସ୍ଥାର ବର୍ଜ୍ୟ ଜଳ ଜଳାଶୟକୁ ପ୍ରଦୂଷିତ କରୁଛି। ଚାଷ ଜମି ପ୍ରଭାବିତ ହେଉଛି। ସ୍ପଞ୍ଜ ଲୁହା କାରଖାନାର ବିଷାକ୍ତ ବାଷ୍ପ ଚିନ୍ତା ବଢ଼ାଇଛି। ସହରାଞ୍ଚଳ ଏବଂ ଗ୍ରାମଞ୍ଚଳ ପରିବେଶ ବିଗିଡ଼ିବାରେ ଲାଗିଛି। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ତରଫରୁ ପ୍ରଦୂଷଣ ନିୟନ୍ତ୍ରଣ ଲାଗି ବିଭିନ୍ନ ପରାମର୍ଶ ଏବଂ ରାୟ ଦିଆଯାଇଛି। ଏହି ସମସ୍ତ ବିଷୟ ବୈଠକରେ ଆଲୋଚନା ହୋଇଥିଲା। ଜଳାଶୟକୁ ଶିଳ୍ପସଂସ୍ଥା ଦ୍ୱାରା ଛଡ଼ାଯାଉଥିବା ବର୍ଜ୍ୟ ଜଳ ଉପରେ ଅନୁଧ୍ୟାନ କରିବା ପାଇଁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି, ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ପରିବେଶ ବିଶୁଦ୍ଧୀକରଣ ପାଇଁ କଂଗ୍ରେସ ବିଧାୟକ ଦଳନେତା ନରସିଂହ ମିଶ୍ର ଏବଂ ସ୍ପଞ୍ଜ ଲୁହା କାରଖାନାଗୁଡିକ ଦ୍ୱାରା ନିର୍ଗତ ବାଷ୍ପ ଉପରେ ଅନୁଧ୍ୟାନ ପାଇଁ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୩ ସବ୍‌ କମିଟି ଗଠନ କରାଯାଇଛି। ଉକ୍ତ କମିଟି ସ୍ଥିତି ଅନୁଧ୍ୟାନ କରି ବିଧାନସଭା ଅଧିବେଶନ ପୂର୍ବରୁ ରିପୋର୍ଟ ପ୍ରଦାନ କରିବେ। ବୈଠକରେ ଉପବାଚସ୍ପତି ରଜନୀକାନ୍ତ ସିଂ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବ୍ରଜକିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ଦାଶରଥି ଗମାଙ୍ଗ, ମିନାକ୍ଷୀ ମହନ୍ତ, ପ୍ରକାଶ ସୋରେନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?