‘୭ ଦିନ ମଧ୍ୟରେ ରିପୋର୍ଟ ଦିଅ’

ଭୋଗରାଇ, ୨୬।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ଗତ ରବିବାର ଅପରାହ୍ନରେ ହୋଇଥିବା କାଳବୈଶାଖୀରେ କ୍ଷତି ହୋଇଥିବା ଧାନ, ପାନ, ଘର, ରବିଫସଲ ଓ ତୈଳବୀଜର ରିପୋର୍ଟ ୭ଦିନ ମଧ୍ୟରେ ଦେବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ରାଜସ୍ବ ଓ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଜିଲାପାଳ ଭୋଗରାଇ ଗସ୍ତରେ ଆସି ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ସେ ନିଜେ କାଳବୈଶାଖୀ କ୍ଷୟକ୍ଷତି ଅନୁଧ୍ୟାନ କରିବେ ବୋଲି କହିଛନ୍ତି। ରବିବାର ଅପରାହ୍ନରେ ଦକ୍ଷିଣ ଭୋଗରାଇର ୧୨ ପଞ୍ଚାୟତର ଶତାଧିକ ଗ୍ରାମରେ କାଳବୈଶାଖୀ ଝଡ଼ ହେବା ଦ୍ୱାରା ଧାନ, ପାନ, ରବି ଓ ତୈଳବୀଜ ଚାଷର କ୍ଷତି ହୋଇଛି। ଏତଦ୍‌ଭିନ୍ନ ବହୁ ନଡ଼ାଛପର, ଆଜବେଷ୍ଟସ, କ୍ୟାବିନ୍‌ ଗୃହ ଟିଣ ଉଡ଼ାଇ ନେଇଥିବା ବେଳେ ବିଦ୍ୟୁତ୍‌ ଖୁଣ୍ଟି ଓ ବିଦ୍ୟୁତ୍‌ ତାର ଉପରେ ବଡ଼ ବଡ଼ ଗଛ ଭାଙ୍ଗିପଡ଼ିବାରୁ ଦୁଇଦିନ ଧରି ବିଦ୍ୟୁତ୍‌ ସଂଯୋଗ ବନ୍ଦ ରହିଛି। ବିଦ୍ୟୁତ୍‌ସେବା ବନ୍ଦ ଯୋଗୁ ଅସହ୍ୟ ତାତିରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିବା ସହ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ରାଜସ୍ବ ବିଭାଗର ସମସ୍ତ ଆର୍‌ଆଇଙ୍କୁ ତହସିଲଦାର କ୍ଷୟକ୍ଷତି ଆକଳନ ନିମନ୍ତେ ନିର୍ଦ୍ଦେଶ ଦେଇଥିବା ବେଳେ କୃଷି ବିଭାଗ ଅନୁରୂପ ଭାବେ କ୍ଷୟକ୍ଷତିର ରିପୋର୍ଟ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri