‘ମାସକ ମଧ୍ୟରେ ରିପୋର୍ଟ ଦିଅ’

ବାରିପଦା ଅଫିସ,୩।୬ ବିଶ୍ୱପ୍ରସିଦ୍ଧ ମୟୂରଭଞ୍ଜ ଛଉ ନୃତ୍ୟର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୟୂରଭଞ୍ଜ ଛଉ ନୃତ୍ୟ ପ୍ରତିଷ୍ଠାନ ଅଧୀନରେ ଛଉ ତାଲିମ କେନ୍ଦ୍ର ପ୍ରତିଷ୍ଠା ହେବା ନେଇ ଆଶା ସଞ୍ଚାର ହୋଇଛି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଏବଂ ସଙ୍ଗୀତ ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ କୁମାର ରଥ ଗୁରୁବାର ଦିନିକିଆ ଜିଲା ଗସ୍ତରେ ଆସି ଏନେଇ ସମୀକ୍ଷା କରିଛନ୍ତି। ଏଥିସହ ମାସକ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମୟୂରଭଞ୍ଜ ଛଉ ନୃତ୍ୟ ପ୍ରତିଷ୍ଠାନର ପୁନରୁଦ୍ଧାର, ଛଉ ନୃତ୍ୟ ଓ ସଙ୍ଗୀତର ସଂରକ୍ଷଣ, ପାଠ୍ୟକ୍ରମ ପ୍ରସ୍ତୁତି ଓ ତାଲିମ କେନ୍ଦ୍ର ପ୍ରତିଷ୍ଠା ସମ୍ପର୍କରେ ଆଲୋଚନା କରାଯାଇଛି।
ଗଡ଼ଜାତ ଶାସନ କାଳରୁ ଚାଲି ଆସୁଥିବା ଛଉ ନୃତ୍ୟ ବିଶ୍ୱ ଦରବାରରେ ପ୍ରସିଦ୍ଧି ଲାଭ କରିଛି। ଏହି ନୃତ୍ୟକୁ ଦୀର୍ଘଜୀବୀ କରିବା ଓ ନୂତନତ୍ୱ ଆଣିବା ପାଇଁ ବିଭାଗ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଛଉ ନୃତ୍ୟ ଶିଳ୍ପୀ ଓ ବାଦ୍ୟକାରମାନଙ୍କୁ ତାଲିମ ଦିଆଯିବାର ବ୍ୟବସ୍ଥା କରିବାକୁ ଥିବାବେଳେ ଦକ୍ଷତାଭିତ୍ତିକ ପ୍ରମାଣପତ୍ର ଦିଆଯିବାକୁ ସିଦ୍ଧାନ୍ତ ଗ୍ରହଣ କରାଯାଇଛି। ଜିଲାର ୨୬ ବ୍ଲକରେ ଥିବା ୨୧୦ଟି ଛଉ ପ୍ରତିଷ୍ଠାନର କଳାକାର ଏବଂ ଉତ୍ତରସାହି ଓ ଦକ୍ଷିଣସାହି କଳାକାରମାନଙ୍କ ମଧ୍ୟରୁ ପ୍ରତିବର୍ଷ ବଛା ବଛା କଳାକାରଙ୍କୁ ନେଇ ତାଲିମ ପ୍ରଦାନ କରାଯିବ। ଏଥିନିମନ୍ତେ ଆବଶ୍ୟକତା ଅନୁଯାୟୀ ଛଉ ନୃତ୍ୟ ଓ ବାଦ୍ୟ ଗୁରୁଙ୍କୁ ଚିହ୍ନଟ କରି ବାର୍ଷିକ, ଡିପ୍ଲୋମା ଓ ଡିଗ୍ରୀ ହାସଲ ବ୍ୟବସ୍ଥା ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଛଉ ପ୍ରତି ଆଗ୍ରହ ସୃଷ୍ଟିି ନିମନ୍ତେ କଳାକାର ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।
ସେହିପରି ୨୫୦ଟି ଛଉ ନୃତ୍ୟରୁ ବର୍ତ୍ତମାନ ୪୦/୫୦ଟି ପ୍ରଦର୍ଶନ ହେଉଛି। ବାରମ୍ବାର ଏହି ନୃତ୍ୟଗୁଡ଼ିକ ଦେଖିବା ଦ୍ୱାରା ଜନସାଧାରଣଙ୍କ ମଧ୍ୟରେ ଏଥିପ୍ରତି ଆଗ୍ରହ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହଜିଯାଉଥିବା ଛଉ ନୃତ୍ୟଗୁଡ଼ିକର ପୁନରୁଦ୍ଧାର ପାଇଁ ପୁରୁଣା ଫଟୋ, ଭିଡିଓ ଓ ସ୍କ୍ରିପ୍ଟକୁ ସଂଗ୍ରହ କରି ଡିଜିଟାଲାଇଜେଶନ କରିବାକୁ ସେମାନେ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ନୂତନ ଭାବେ ଛଉ ନୃତ୍ୟ ପ୍ରତି ଆକୃଷ୍ଟ ହେଉଥିବା ଶିଳ୍ପୀଙ୍କୁ ତାଲିମ ଦେବାରେ ସହାୟକ ହୋଇପାରିବ ବୋଲି କହିଛନ୍ତି। ସେହିପରି ଛଉ ନୃତ୍ୟ ପାଇଁ ଆବଶ୍ୟକ ବାଦ୍ୟଯନ୍ତ୍ର ଓ ବାଦ୍ୟକାରମାନଙ୍କ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ଦିଆଯିବ ବୋଲି ମତପ୍ରକାଶ ପାଇଛି। ତେବେ ପ୍ରୋଜେକ୍ଟ ଛାଉଣୀ ପକ୍ଷରୁ ସମଗ୍ର ଜିଲାରେ ସର୍ଭେ କରାଯାଇ ଅନୁଷ୍ଠାନ ଓ ଛଉ କଳାକାରମାନଙ୍କ ସାମାଜିକ, ଅର୍ଥନୈତିକ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପୂର୍ବକ ରିପୋର୍ଟ ସମ୍ପୃକ୍ତ ବିଭାଗକୁ ପ୍ରଦାନ କରାଯାଇଛି। ଏହାବ୍ୟତୀତ ଭବିଷ୍ୟତରେ ଆବଶ୍ୟକତାକୁ ଭିତ୍ତିକରି ନୂଆ ଯୋଜାନାଗୁଡ଼ିକର ରୂପରେଖ ସମ୍ପର୍କରେ ଅବଗତ କରାଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ସଂସ୍କୃତି ଅଧିକାରୀ ଅନନ୍ତ ସେଠୀ, ପ୍ରୋଜେକ୍ଟ ଛାଉଣୀର ନିର୍ଦ୍ଦେଶିକା ଶୁଭଶ୍ରୀ ମୁଖାର୍ଜୀ, ଉତ୍ତରସାହି ଓ ଦକ୍ଷିଣସାହି ଛଉ ନୃତ୍ୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri