କୋଇଲାର ବହୁଳ ବ୍ୟବହାର ପଡୁଛି ମହଙ୍ଗା, ସାରା ବିଶ୍ୱରେ ସରି ଆସୁଛି କୋଇଲା

ନ୍ୟୁୟର୍କ,୩ ।୩: ଆମେରିକାରୁ ଚାଇନା ପର୍ଯ୍ୟନ୍ତ ଏବଂ ବ୍ରିଟେନରୁ ଅଷ୍ଟ୍ରେଲିଆ ପର୍ଯ୍ୟନ୍ତ ବିଶ୍ୱର ଅଧିକାଂଶ ଦେଶ ସେମାନଙ୍କର ଶକ୍ତି କ୍ଷୁଧା ମେଣ୍ଟାଇବାକୁ କୋଇଲାର ବ୍ୟବହାର କରୁଛନ୍ତି । ଏହା କେବଳ ଏବେକାର ନୁହେଁ ଭବିଷ୍ୟତ ପିଢିଙ୍କ ପାଇଁ ମଧ୍ୟ ପ୍ରଭାବ ପକାଉଛି । ସୂଚନା ମୁତାବକ ୨୦୨୨ରେ ରେକର୍ଡ ପରିମାଣର ୩୬.୮ ଗିଗାଟନ କାର୍ବନ ନିର୍ଗମନ ହୋଇଛି । ୧୯୦୦ରୁ କାର୍ବନ ନିର୍ଗମନ ରେକର୍ଡ ହେବା ପରଠାରୁ ଏହା ହେଉଛି ସବୁଠାରୁ ଅଧିକ ।
ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସି(ଆଇଇଏ) ଗୁରୁବାର ଏକ ରିପୋର୍ଟରେ ପ୍ରକାଶ କରିଛି ଯେ ନିର୍ଗମନ ରେକର୍ଡ ବୃଦ୍ଧି ହେବାର କାରଣ ହେଉଛି ବିଶ୍ୱ ଶକ୍ତି ଉତ୍ପାଦନରେ ୦.୯ ପ୍ରତିଶତ ବୃଦ୍ଧି । ଆଇଇଏ ଅନୁଯାୟୀ, ଶକ୍ତି ଉତ୍ପାଦନ ପାଇଁ ସାରା ବିଶ୍ୱରେ କୋଇଲା ବ୍ୟବହାର ବୃଦ୍ଧି ପାଇଛି । ଆଇଇଏ କହିଛି ଏହା ଏବେ ଏକ ଦୁଶ୍ଚର୍କରେ ପରିଣତ ହୋଇଛି । ୨୦୨୨ରେ ଅଧିକ ପାଣିପାଗ ଘଟଣା ଅନେକ ସ୍ଥାନରେ ମରୁଡି ସୃଷ୍ଟି କରିଥିଲା ଏବଂ ଜଳ ବିଦ୍ୟୁତ ପ୍ରକଳ୍ପରୁ ଶକ୍ତି ଉତ୍ପାଦନ ହ୍ରାସ କରିଥିଲା । ଏହି ଅଭାବକୁ ପୂରଣ କରିବା ଏବଂ ଚାହିଦା ବୃଦ୍ଧି ପାଇଁ ଜୈବ ଇନ୍ଧନ ଓ କୋଇଲା ବ୍ୟବହାର କରିବାକୁ ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri