ଖବରଦାତା ଅରିନ୍ଦମ ଦାସଙ୍କ ପ୍ରଥମ ଶ୍ରାଦ୍ଧ ବର୍ଷିକୀ : ଉନ୍ମୋଚନ ହେଲା ସ୍ମରଣୀକା

ପାଟଣା,୧୩।୯(ସ୍ବ.ପ୍ର.): ଖବରଦାତା ଅରିନ୍ଦମ ଦାସଙ୍କ ମଙ୍ଗଳବାର ପ୍ରଥମ ଶ୍ରାଦ୍ଧ ବର୍ଷିକୀ। ଏହି ଅବସରରେ ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା ଗ୍ରାମରେ ଶ୍ରାଦ୍ଧ ବାର୍ଷିକୀ ପାଳନ ହୋଇଛି। ହିନ୍ଦୁଶାସ୍ତ୍ର ମତେ ପିଣ୍ଡ ପ୍ରଦାନ କାର୍ଯ୍ୟ ସମ୍ପନ୍ନ ହୋଇ ଗାଁ ମୁଣ୍ଡ ରାସ୍ତା ପାଶ୍ୱର୍ର୍ରେ ଅରିନ୍ଦମଙ୍କ ଏକ ପ୍ରତିମୃର୍ତ୍ତି ଉଦ୍‌ଘାଟନ କରାଯାଇଛି। ଅରିନ୍ଦମ କାର୍ଯ୍ୟକରୁଥିବା ଗଣମାଧ୍ୟମ ସଂସ୍ଥାର ମୁଖ୍ୟ ଜାଗି ମଙ୍ଗତ ପଣ୍ଡା ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ସମୟରେ ତାଙ୍କ ମା’ ସ୍ତ୍ରୀ ଓ ପରିବାର ଲୋକ ମଧ୍ୟ ଉପସ୍ଥିତ ଥିଲେ। ପରେ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା। ପ୍ରବଚକ ଶିକ୍ଷାବିତ୍‌ ଅକ୍ଷୟ ନାରାୟଣ ମିଶ୍ରଙ୍କ ଅଧକ୍ଷତାରେ ମୁଖ୍ୟ ଅତିଥି ଭାବେ ଜାଗି ପଣ୍ଡା, ଅରବିନ୍ଦମଙ୍କ ମା’ କୁନି ଦାସ, ମୁଖ୍ୟ ବକ୍ତା ଭାବେ ଖବରଦାତା ନୃସିଂହନାଥ ସିଂ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁଧାଂଶୁ ଶେଖର ନାଏକ, ଡ. ଗୌର ହରି ମହାନ୍ତ ବର୍ମା, ଖବରଦାତା ରାଧାମାଧବ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଅରବିନ୍ଦମଙ୍କ ସ୍ମରଣୀକା ଉନ୍ମୋଚନ କରିଥିଲେ। ଏହା ପରେ ଅରବିନ୍ଦମଙ୍କ ନିର୍ଭିକ ସାମ୍ବାଦିକତା ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଅରବିନ୍ଦମଙ୍କ ସ୍ତ୍ରୀ ସମୀକ୍ଷା ବେହେରା, କକା ଧରଣୀଧର ଦାସ, ଅରବିନ୍ଦମଙ୍କ ପୁଅ ସାନଭିକ୍‌ଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଓ ଗ୍ରାମବାସୀ ଉପସ୍ଥିତ ଥିଲେ।
୨୦୨୧ ମସିହା ସେପ୍ଟେମ୍ବର୨୪ ତାରିଖରେ ମହାନଦୀର ମୁଣ୍ଡୁଳି ବ୍ୟାରେଜରେ ଫସିଥିବା ହାତୀ ନ୍ୟୁଜ କଭର କରିବାକୁ ଓଡ୍ରାଫ ଟିମ୍‌ଙ୍କ ସହ ସେ ଯାଇଥିବା ବେଳେ ବୋଟ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri