ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ

ମୋରଡ଼ା,୯ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ସରାଶୋଳ ଗ୍ରାମର କାର୍ଯ୍ୟରତ ଖବରଦାତାଙ୍କୁ ମାଡ଼ ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ସରାଶୋଳ ଗ୍ରାମର କାର୍ଯ୍ୟରତ ଖବରଦାତା ଚିତ୍ତରଞ୍ଜନ ବେହେରା ନଭେମ୍ବର ୬ ତାରିଖ ପୂର୍ବାହ୍ନ ୧୧ଟାରେ ରାସଗୋବିନ୍ଦପୁର ଥାନା ଅଧୀନ ଭଦୁଆଶୋଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗ୍ରାମକୁ ହାତୀ ଉପଦ୍ରର ଖବର ସଂଗ୍ରହ କରିବାକୁ ଯାଇଥିଲେ। ସେ ସମୟରେ ଉକ୍ତ ଗ୍ରାମର ଅଙ୍ଗନଓ୍ବାଡି କେନ୍ଦ୍ରର କୁନି କୁନି ପିଲା ବିପଦସଙ୍କୁଳ ଅବସ୍ଥାରେ ସ୍ଥାନୀୟ ଏକ ବିଲ ମଝିରେ ଥିବା ଦେଖିଥିଲେ। ଏହାର ଭିଡିଓ ଚିତ୍ତରଞ୍ଜନ ଉତ୍ତୋଳନ କରିଥିଲେ। ଅଙ୍ଗନଓ୍ବାଡିକୁ ଯାଇ ସେଠାରେ ମଧ୍ୟ ଏକ ବିରୁଡି ବସା ବାନ୍ଧି ଥିବାରୁ ଏହା ପିଲାଙ୍କ ପ୍ରତି ବିପଦ ବୋଲି ଅଙ୍ଗନଓ୍ବାଡି କର୍ମୀଙ୍କୁ କହିଥିଲେ। ଅଙ୍ଗନଓ୍ବାଡି କର୍ମୀ ଜଣକ ତାଙ୍କର ପୁଅ ଉତ୍କଳ କେଶରୀ ପାଲଙ୍କୁ ଫୋନ ଯୋଗେ ଘଟଣା ବାବଦରେ ଜଣାଇଥିଲେ। ଉତ୍କଳ କେଶରୀ ପହଞ୍ଚତ୍ ଜାତିଆଣ ଆକ୍ଷେପ କରି ମାଡ଼ ମାରିଥିଲେ। ଭବିଷ୍ୟତରେ ରାସଗୋବିନ୍ଦପୁର ଅଞ୍ଚଳକୁ ଆସିଲେ ଜୀବନରୁ ମାରିଦେବାର ଧମକ ଦେଇଥିଲେ। ଉତ୍କଳଙ୍କ ସହିତ ଆସିଥିବା ଜଣେ ସହଯୋଗୀ ଉକ୍ତ ଘଟଣାର ଭିଡିଓ ଉତ୍ତୋଳନ କରି ଏହାକୁ ଭାଇରାଲ ମଧ୍ୟ କରିଛନ୍ତି। ଯାହା ଫଳରେ ଚିତ୍ତରଞ୍ଜନଙ୍କ ମାନସିକ ଆଘାତ ଲାଗିଥିବା ରାସଗୋବିନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା(ନଂ.୪୪୨/୨୫) ରୁଜୁ କରି ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri