ଖବରଦାତାଙ୍କ ପରଲୋକ

ଭଦ୍ରକ ଅଫିସ/ ପୁରୁଷୋତ୍ତମପୁର (ଡି.ଏନ.ଏ.), ୨୩।୧୧:  ଖବରଦାତା ବିଭୁ ପ୍ରସାଦ ବେହେରା(୪୪)ଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଛି। ସେ ଗତ ଦୁଇବର୍ଷ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ରବିବାର ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ନିଆଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ଦୀର୍ଘବର୍ଷ ଧରି ଧରିତ୍ରୀ ଖବରକାଗଜରେ ଭଦ୍ରକ ଜିଲା ପ୍ରତିନିଧି ଭାବେ କାର୍ଯ୍ୟ କରିଥିଲେ। ଏବେ ସେ ରାଜ୍ୟ କାହାଣୀ ନାମକ ସାପ୍ତାହିକରେ ଖବରଦାତା ଥିଲେ। ତାଙ୍କ ମୃତ୍ୟୁ ଖବର ପାଇବା ପରେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ଭୁବନେଶ୍ୱରରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ସେହିପରି ଭଦ୍ରକର ବହୁ ଖବରଦାତା ଓ କ୍ୟାମେରାମ୍ୟାନ ତାଙ୍କ ଶେଷ ଦର୍ଶନ କରିଥିଲେ। ତାଙ୍କ ମରଶରୀରକୁ ଜନ୍ମମାଟି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ଗୋବିନ୍ଦପୁରସ୍ଥିତ ବାସଭବନକୁ ନିଆଯାଇଥିଲା। ଅପରାହ୍ନରେ ଋଷିକୁଲ୍ୟା ନଦୀପଠାରେ ଅନ୍ତିମ ସଂସ୍କାର କରାଯାଇଥିଲା। ସେଠାରେ ମୃତ ଖବରଦାତା ବିଭୁଙ୍କ ସ୍ତ୍ରୀ ସାବିତ୍ରୀ, ଝିଅ ଶ୍ରଦ୍ଧାଞ୍ଜଳି, ପୁଅ ପ୍ରଭୁ ପ୍ରସାଦଙ୍କ ସମେତ ଆତ୍ମୀୟ ସ୍ବଜନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri