ଖବରଦାତା ଜୟଗୋପାଳଙ୍କ ପରଲୋକ

ବଇଣ୍ଡା,୧୯।୧ (ଡି.ଏନ.ଏ.): ‘ଧରିତ୍ରୀ’ର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଖବରଦାତା ଜୟଗୋପାଳ ଷଡ଼ଙ୍ଗୀ (୫୯)ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ସକାଳେ ଦେହ ଅସୁସ୍ଥ ଲାଗିବାରୁ ପରିବାର ଲୋକେ ତାଙ୍କୁ ଆଠମଲ୍ଲିକ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ଡାକ୍ତର ତାଙ୍କୁ କଟକ ସ୍ଥାନାନ୍ତର କରିଥିଲେ। ହେଲେ ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ୧୮ ଅଗଷ୍ଟ ୧୯୬୩ରେ ଜନ୍ମିତ ଷଡ଼ଙ୍ଗୀ ଗ୍ରାଜୁଏଶନ ପରେ ୧୯୮୯ରୁ ଖବରଦାତା ଜୀବନ ଆରମ୍ଭ କରିଥିଲେ। ୧୯୯୨ରେ ସେ ଆଠମଲ୍ଲିକ ବ୍ଲକ କଂଗ୍ରେସର ଯୁବ ସଭାପତି ଭାବେ କାର୍ଯ୍ୟ କରିଥିଲେ। ୨୦୧୩ ମସିହାରେ ସେ ‘ଧରିତ୍ରୀ’ ପରିବାରରେ ଯୋଗଦେଇଥିଲେ। ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ସହ ତାଙ୍କର ସମ୍ପୃକ୍ତି ଥିଲା। ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମଗୁଡ଼ିକରେ ସେ ଭଜନ ପରିବେଷଣ କରି ଉଚ୍ଚ ପ୍ରଶଂସିତ ହେଉଥିଲେ। ପରଲୋକ ସମୟରେ ସ୍ତ୍ରୀ ଜ୍ୟୋତିର୍ମୟୀ, ପୁଅ ଅବିନାଶ, ଅଙ୍କିତ, ସୋମାନ୍ସ ଓ ଶ୍ରୀୟାନ୍ସ ଉପସ୍ଥିତ ଥିଲେ। ଜୟଗୋପାଳଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ଆଠମଲ୍ଲିକ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସାମାଜିକ କର୍ମୀ ଅର୍ଜୁନ ସାହୁ, ଆଠମଲ୍ଲିକ ଉପଜିଲାପାଳ ଲଳିତମୋହନ ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ସହରସ୍ଥିତ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ, ଭାଜପା ନେତା ଭାଗୀରଥି ପ୍ରଧାନ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି। ବଇଣ୍ଡା ଖବରଦାତା ପରିକ୍ଷିତ ସାହୁ, ଛେଣ୍ଡିପଦା ଖବରଦାତା ଅଜିତ ଧଳ, ମାଧପୁର ଖବରଦାତା ମନୋଜ ପ୍ରଧାନଙ୍କ ସମେତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri