ଥାନା ସମ୍ମୁଖରେ ଧାରଣାରେ ବସିଲେ ଖବରଦାତା

ମାଲକାନଗିରି,୧୯ା୧୨(ଡି.ଏନ୍‌.ଏ.): ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭର କଣ୍ଠରୋଧ କରିବାକୁ ଉଦ୍ୟମ କରୁଛି ମାଲକାନଗିରି ପୋଲିସ। ବିନା କାରଣରେ ୫ ଜଣ ଖବରଦାତାଙ୍କୁ ଉଠାଇ ନେଇ ଗିରଫ କରିଛି। ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଖବରଦାତାମାନେ ଦେଇଥିବା ଏତଲା ଉପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ପୋଲିସର ଏପରି ପାତରଅନ୍ତର ନୀତିର ସମାଲୋଚନା କରି ରବିବାର ମାଲକାନଗିରି ଜିଲାର ଖବରଦାତାମାନେ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କୋରୁକୋଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଖବର ସଂଗ୍ରହ କରିବାକୁ ଯାଇଥିବା ବେଳେ ଏପରି ଘଟଣା ଘଟିଛି।

ମାଲକାନଗିରି ଜିଲା ଅଧୀନ କୋରୁକୋଣ୍ଡା ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗତ ୧୬ ତାରିଖ ବିଳମ୍ବିତ ରାତିରେ ଖବର ସଂଗ୍ରହ ପାଇଁ ବୈଦ୍ୟୁତିକ ଗଣମାଧ୍ୟମର କିଛି ପ୍ରତିନିଧି ଯାଇଥିଲେ। ଏହି ସମୟରେ ତାଙ୍କୁ ଦେଖି ସ୍ବାସ୍ଥ୍ୟକେନ୍ଦ୍ରର ୩ ଜଣ ଡାକ୍ତର ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏପରି କି ସ୍ବାସ୍ଥ୍ୟ କେନ୍ଦ୍ରର ସମ୍ପୃକ୍ତ ଡାକ୍ତର ମାଲକାନଗିରି ଥାନାରେ ୫ ଜଣ ଖବରଦାତା ଗୁରୁବାର ବିଳମ୍ବିତ ରାତିରେ ସ୍ବାସ୍ଥ୍ୟକେନ୍ଦ୍ରରେ ଜୋର ଜବରଦସ୍ତ ପଶି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ନେଇ ଲିଖିତ ଅଭିଯୋଗ କରିଥିଲେ। ଏତଲାରେ ଦୁଇଟି ଗଣମାଧ୍ୟମ ସଂସ୍ଥାର ୨ଜଣ ପ୍ରତିନିଧିଙ୍କ ନାମ ଉଲ୍ଲେଖ ଥିବା ବେଳେ ଅନ୍ୟ ୩ଜଣଙ୍କ ନାମ ଉଲ୍ଲେଖ ହୋଇ ନ ଥିଲା।

ମାଲକାନଗିରି ପୋଲିସ ୧୭ ତାରିଖ ରାତି ପ୍ରାୟ ୧ଟାରେ ଖବର ପ୍ରସାରଣ କରିଥିବା ବୈଦ୍ୟୁତିକ ଗଣମାଧ୍ୟମର ୨ଜଣ ପ୍ରତିନିଧି ଏବଂ ଅଭିଯୋଗରେ ନାମ ନ ଥିବା ଗଣମାଧ୍ୟମର ୩ଜଣ ପ୍ରତିନିଧି ଏପରି ମୋଟ ୫ଜଣଙ୍କୁ ଘରୁ ଉଠାଇ ନେଇଥିଲା। ସେମାନଙ୍କୁ ଗାଳିଗୁଲଜ କରି ମାଲକାନଗିରି ଥାନାକୁ ଆଣି ରାତିସାରା ଅଟକ ରଖିଥିଲା। ଅନ୍ୟପକ୍ଷରେ ସମ୍ପୃକ୍ତ ୫ ଖବରଦାତା ସମ୍ପୃକ୍ତ ୩ ଡାକ୍ତରଙ୍କ ନାମରେ ଥାନାରେ ପାଲଟା ଅଭିଯୋଗ କରିଥିଲେ। ହେଲେ ପୋଲିସ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବା ଅଭିଯୋଗ ହୋଇଛି। ପୋଲିସର ଏପରି ପାତରଅନ୍ତର ନୀତିକୁ ମାଲକାନଗିରି ସାମ୍ବାଦିକ ସଂଘ, ଉତ୍କଳ ସାମ୍ବାଦିକ ସଂଘ, ରାଜ୍ୟ ସାମ୍ବାଦିକ ସଂଘ ପକ୍ଷରୁ ନିନ୍ଦା କରାଯାଇଛି। ଏହାର ପ୍ରତିବାଦରେ ଜିଲାର ସମସ୍ତ ଖବରଦାତା ଥାନା ସମ୍ମୁଖରେ ଧାରଣା ଦେବା ସହ ସମ୍ପୃକ୍ତ ୩ ଡାକ୍ତରଙ୍କୁ ଗିରଫ ଦାବି କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri