Posted inଜାତୀୟ

କଶ୍ମୀର ଗସ୍ତରେ ୨୪ ଦେଶର ପ୍ରତିନିଧି

ଶ୍ରୀନଗର,୧୭।୨: ଜମ୍ମୁ-କଶ୍ମୀରରୁ ୨୦୧୯ ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ହଟିବା ପରେ ଚତୁର୍ଥ ଥର ପାଇଁ ବିଦେଶୀ ପ୍ରତିନିଧି ଦଳ ଏଠାରେ ପହଞ୍ଚିଛନ୍ତି। ଦଳରେ ୨୪ଟି ଦେଶର ପ୍ରତିନିଧି ଅଛନ୍ତି। ଏଥିରେ ଆଫ୍ରିକା, ମଧ୍ୟ-ପୂର୍ବ ଏବଂ ୟୁରୋପୀୟ ଦେଶର ପ୍ରତିନିଧିଙ୍କୁ ସାମିଲ କରାଯାଇଛି। ଚିଲି, ବ୍ରାଜିଲ୍‌, କ୍ୟୁବା, ବଲିଭିଆ, ଇଷ୍ଟୋନିଆ, ଫିନଲାଣ୍ଡ୍‌, ଫ୍ରାନ୍ସ, ଏୟାରଲାଣ୍ଡ୍‌, ନେଦରଲାଣ୍ଡ, ପର୍ତ୍ତୁଗାଲ, ବେଲଜିୟମ୍‌, ସ୍ପେନ୍‌, ସ୍ବିଡେନ୍‌, ଇଟାଲୀ, ବାଂଲାଦେଶ, ମାଲାଓ୍ବି ଆଦି ଦେଶର ପ୍ରତିନିଧି ଏଥିରେ ରହିଛନ୍ତି। ସେହିପରି ଇରିଟ୍ରିୟା, କୋଟେ ଡାଲଭୋଏର, ଘାନା, ସେନେଗାଲ, ମାଲେସିଆ, ତାଜିକିସ୍ତାନ ଏବଂ କିରଗିଜ୍‌ସ୍ତାନର ପ୍ରତିନିଧିଙ୍କୁ ଏହି ଦଳରେ ସାମିଲ କରାଯାଇଛି। ପ୍ରତିନିଧି ଦଳ ଜିଲା ବିକାଶ ପରିଷଦ( ଡିଡିସି)ର ନବ ନିର୍ବାଚିିିତ ସଦସ୍ୟମାନଙ୍କ ସହିତ ଆଲୋଚନା କରିବେ। ଏହାସହିତ କେତେକ ରାଜନୈତିକ ଦଳର ନେତା, ସାମାଜିକକର୍ମୀ, ଗଣମାଧ୍ୟମ ପ୍ରତିନିଧି, ସାଧାରଣ ପ୍ରଶାସନିକ ଅଧିକାରୀ ଏବଂ ସେନା ଯବାନଙ୍କ ସହିତ ସାକ୍ଷାତ୍‌ କରିବେ। ୨୦୧୯ ଅକ୍ଟୋବରରେ ୟୁରୋପୀୟ ଦେଶର ପ୍ରତିନିଧି ଦଳ ସ୍ଥିତି ଅନୁଧ୍ୟାନ ପାଇଁ ପ୍ରଥମେ ଜମ୍ମୁ-କଶ୍ମୀରରେ ପହଞ୍ଚିଥିଲେ। ଏହାପରେ ୨୦୨୦ ଜାନୁୟାରୀ ୯ରେ ୧୬ ବିଦେଶୀ ରାଜନୈତିକ ଏଠାକୁ ଗସ୍ତରେ ଆସିଥିଲେ। ସେହିପରି ୨୦୨୦ ଫେବୃୟାରୀ ୧୨ରେ ୨୫ ଜଣିଆ ପ୍ରତିନିଧି ଦଳ ଗସ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri