ଜନପ୍ରତିନିଧି ନେବେ କମ୍ପ୍ୟୁଟର ଶିକ୍ଷା

ଢେଙ୍କାନାଳ ଅଫିସ, ୧୧।୫ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନ୍‌ଫରେନ୍ସ ହଲରେ ମଙ୍ଗଳବାର ଜିଲାର ଉନ୍ନୟନମୂଳକ କାର୍ଯ୍ୟ ଏବଂ କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚିତ ପ୍ରତିନିଧିଙ୍କ ଦକ୍ଷତା ବୃଦ୍ଧି ପାଇଁ ଜିଲାର ସମସ୍ତ ୮ ବ୍ଲକ କାର୍ଯ୍ୟାଳୟ, ୩ ଏନ୍‌ଏସି ଏବଂ ଗୋଟିଏ ପୌରପାଳିକାରେ କମ୍ପ୍ୟୁଟର ପ୍ରଶିକ୍ଷଣ ପ୍ରଦାନ କରାଯିବ। ଫଳରେ ସେମାନେ ଅନ୍‌ଲାଇନ୍‌ରେ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟାନ୍ବୟନ ବିଷୟରେ ଧାରଣା ପାଇପାରିବେ।
ବୈଠକରେ ଏମ୍‌ପି ମହେଶ ସାହୁ ଯୋଗଦେଇ ବିଦ୍ୟାଳୟଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି, ଅନୁକୂଳ ବାତାବରଣ, ଗୁଣାତ୍ମକ ଶିକ୍ଷାଦାନ ଉପରେ ସର୍ବାଧିକ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବଢୁଛି। ଏଥିପ୍ରତି ସମସ୍ତେ ସତର୍କ ରହିବାକୁ ଜିଲାପାଳ ସରୋଜ କୁମାର ସେଠୀ ନିବେଦନ କରିଛନ୍ତି। ବିଭିନ୍ନ ସାମାଜିକ ସଶକ୍ତୀକରଣ ଯୋଜନାରେ ହିତାଧିକାରୀ ପାଉଥିବା ଭତ୍ତା ରାଶି ସିଧାସଳଖ ବ୍ୟାଙ୍କ ଖାତାକୁ ପଠାଇବା, ବିଧବାଙ୍କୁ ଭତ୍ତା ଯୋଜନାରେ ସାମିଲ କରିବା, ଜନଶୁଣାଣି ଶିବିରରେ ଅଞ୍ଚଳବାସୀଙ୍କ ଆପତ୍ତି ଅଭିଯୋଗରେ ତ୍ୱରିତ ସମାଧାନ ଦିଗରେ ପଦକ୍ଷେପ ନେବା, ବେଆଇନ ଖଣିଖାଦାନରୁ ଖଣିଜ ଚାଲାଣ ଉପରେ ତୀକ୍ଷ୍ଣ ନଜର ରଖିବା, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମୁକାବିଲା ଲାଗି ପ୍ରସ୍ତୁତ କହିବାକୁ ଜିଲାପାଳ ସମ୍ପୃକ୍ତ ବ୍ଲକର ବିଡିଓ ଏବଂ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କରୋନାର ସମ୍ଭାବ୍ୟ ୪ର୍ଥ ଲହର ପୂର୍ବରୁ ବୁଷ୍ଟର ଡୋଜ୍‌ ନେବା, କୋଭିଡ୍‌ ଗାଇଡ୍‌ ଲାଇନ ଅନୁପାଳନ କରିବା ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ ପରାମର୍ଶ ଦେଇଛନ୍ତି। ରୋଗୀ ଏବଂ ଅଂଶୁଘାତ ଆକ୍ରାନ୍ତଙ୍କ ସର୍ବୋତ୍ତମ ସେବା ଯୋଗାଇ ଦେବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାୟ, ସାମାଜିକ ସୁରକ୍ଷା ଅଧିକାରୀ ଶୁଭେନ୍ଦୁ ଖୁଣ୍ଟିଆ, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri