‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଜାତିର ପିତା ମହାତ୍ମାଗାନ୍ଧୀ ପଣ୍ଡିତ ଜବାହରଲାଲ ନେହେରୁ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ନେତାଜୀ ସୁଭାସ ଚନ୍ଦ୍ର ବୋଷ , ଡଃ. ରାଜେନ୍ଦ୍ର ପ୍ରସାଦ , ସମ୍ବିଧାନର ଅନ୍ୟତମ ପ୍ରଣେତା ଡଃ.ବି.ଆର.ଆମ୍ବେଦକର , ମହାନ ସ୍ବାଧୀନତା ସଂଗ୍ରାମୀ ଏବଂ ଓଡ଼ିଶାର ବରେଣ୍ୟ ସ୍ବାଧୀନତା ସଂଗ୍ରାମୀ ଓ ବର ପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଐତିହାସିକ ମାଟି ଖୋର୍ଦ୍ଧା ଓ ସ୍ବାଭିମାନର ମାଟି ଖୋର୍ଦ୍ଧା । ଏହି ପବିତ୍ର ଖୋର୍ଦ୍ଧା ମାଟି କଳା, ସାହିତ୍ୟ, ସଂସ୍କୃତିର ଚେତନା ସୃଷ୍ଟି କରି ଏକ ଜାଗରଣ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛି। ଭାରତ ବର୍ଷର ପ୍ରଥମ ସ୍ବାଧୀନତା ସଂଗ୍ରାମ ପାଇକ ବିଦ୍ରୋହର ଏନ୍ତୁଡ଼ିଶାଳ ଭାବେ ଖୋର୍ଦ୍ଧା ଜିଲା କୃତିତ୍ୱ ଲାଭ କରିଛି।

ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଜିଲା ଆରକ୍ଷୀ ଅଧୀକ୍ଷକ ରାଜକିଶୋର ଦୋରା,ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀ, ଅନୁଜ ଦାସ ପଟ୍ଟନାୟକ, ପିଡି ଡିଆରଡିଏ ଦିଗନ୍ତ ରାଉତରାୟ, ଉପଜିଲାପାଳ ଆଇ ଗୌରବ ଶିବାଜୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରର ଆରଡିସି କୋଭିଡ୍‌ ଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ରିଜର୍ଭ ବାଟାଲିୟନ ଇନ୍ସପେକ୍ଟର ନାେଶ୍ୱେର ଜେନା ପରେଡ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri