ବଲାଙ୍ଗୀରରେ ସାଧାରଣତନ୍ତ୍ର ସମାରୋହ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲାପାଳ କହିଲେ…

ବଲାଙ୍ଗୀର,୨୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ମହକୁମାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗାନ୍ଧୀନଗର ପଡ଼ାସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଭବନ ସମ୍ମୁଖ ମହାତ୍ମା ଗାନ୍ଧୀ ମୂର୍ତ୍ତି ଓ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିରେ ଜିଲାପାଳ ଗୌରବ ଶିଓ୍ବାଜୀ, ଏସ୍‌ପି ଅଭିଳାଷ ଜୀଙ୍କ ସମେତ ଅଧିକାରୀ ଓ ସହରର ମାନ୍ୟଗଣ୍ୟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସ୍ଥାନୀୟ ରିଜର୍ଭ ପୋଲିସ ପଡ଼ିଆରେ ସକାଳ ସାଢ଼େ ୮ଟାରେ ମନୋହରପୁର ମୁଖ୍ୟ ଅତିଥି ଭାବେ ଜିଲାପାଳ ଗୌରବ ଶିଓ୍ବାଜୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ l ଜିଲା ଲୋକସମ୍ପର୍କ ଅଧିକାରୀ କାର୍ଯକ୍ରମ ସଂଯୋଜନା କରିଥିଲେ। ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟଅତିଥି ପୁରସ୍କାର ଓ ପ୍ରଶଂସାପତ୍ର ପ୍ରଦାନ କରିଥିଲେ। ଜିଲାପାଳ ଗୌରବ ଶିଓ୍ବାଜୀ ଇସଲଓ୍ବାର ଏବଂ ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି ଅଭିବାଦନ ମଞ୍ଚରେ ଉପସ୍ଥିତ ଥିଲେ। ଏହି ସମାରୋହରେ ଜିଲା ପରିଷଦ ସଭାପତି ଦେବକୀ ସାହୁ, ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ବଲାଙ୍ଗୀର ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ବହୁ ବରିଷ୍ଠ ଅଧିକାରୀ, ମାନ୍ୟଗଣ୍ୟ ବ୍ୟକ୍ତି ଗଣମାଧ୍ୟମ ପ୍ରତିନିଧି ଓ ଜନସାଧାରଣ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ସ୍ଥାନୀୟ ଗାନ୍ଧୀ ଷ୍ଟଡିୟମଠାରେ ଜିଲାପାଳ ଏକାଦଶ, ପୋଲିସ ଏକାଦଶ ଓ ସାମ୍ବାଦିକ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri