ଦିଗପହଣ୍ଡିରେ ସାଧାରଣତନ୍ତ୍ର ଦିବସ: ବିଧାୟକ କଲେ ବହୁମୁଖୀ ଭବନ ଉଦ୍‌ଘାଟନ

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ପୁରପଲ୍ଲୀରେ ସୋମବାର ୭୭ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଡିଓ ଅନାମିକା ପାଣ୍ଡେ,ଅତିରିକ୍ତ ବିଡିିଓ ଉମେଶ ଚନ୍ଦ୍ର ସେଠୀଙ୍କ ସମେତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

ସେହିପରି କୋର୍ଟ କମ୍ପ୍ଲେକ୍ସ ପରିସରରେ ସିଭିଲ କୋର୍ଟ ସିନିୟର୍‌ ଡିଭିଜନର ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜେଏମଏଫସି କୋର୍ଟର ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ସେହିପରି ପ୍ରତିବର୍ଷ ଭଳି ଚଳିତବର୍ଷ ଦିଗପହଣ୍ଡି ବଜାର ଗାନ୍ଧୀଛକଠାରେ ଏନଏସି କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ବିଭିନ୍ନ ବିଦ୍ୟାଳୟ ଛାତ୍ରୀ ଛାତ୍ରଙ୍କ ପକ୍ଷରୁ ଅନୁଷ୍ଠିତ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବା ପରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉଦବୋଧନ ଦେଇଥିଲେ। ଏନଏସି କାର୍ଯ୍ୟର୍ନିବାହୀ ଅଧିକାରୀ ଅବିନାଶ ମିଶ୍ର ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏନଏସି ଉପାଧ୍ୟକ୍ଷା କେ.ପୂଜାଙ୍କ ସମେତ ସମସ୍ତ କାଉନସିଲର ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ। ପୁରସ୍କାର ବିତରଣ ଉତ୍ସବରେ ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।

ସେହିପରି ଦିଗପହଣ୍ଡି ଥାନା ସମ୍ମୁଖରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ନବନିର୍ମିତ ବହୁମୁଖୀ ଭବନର ଶୁଭ ଉଦ୍‌ଘାଟନ କରିଥିଲେ ବିଧାୟକ।

ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଇଂ. ଇନ୍ଦ୍ରଜିତ ସିଂ,ସହକାରୀ ଯନ୍ତ୍ରୀ ଇଂ.ଲଡୁ କିଶୋର ବେହେରା, ଏନଏସି ଅଧ୍ୟକ୍ଷ, ନିର୍ବାହୀ ଅଧିକାରୀ ଓ କାଉନସିଲର ବୃନ୍ଦ, ଉପସ୍ଥିତ ଥିଲେ। ଦିଗପହଣ୍ଡି କେନ୍ଦ୍ରୀୟ ବିଦ୍ୟାଳୟରେ ଅବସରପ୍ରାପ୍ତ ଆଇଏଏସ ଡ଼. ବାଳକୃଷ୍ଣ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଦ୍ୟାଳୟ ଅଧ୍ୟକ୍ଷ ସନ୍ତୋଷ କୁମାର ପାଢ଼ୀଙ୍କ ସମେତ ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

ଦିଗପହଣ୍ଡି ଥାନାରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର,ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ତହସିଲଦାର ସନ୍ତୋଷ କୁମାର ସାହୁ, ଖେମୁଣ୍ଡି କଲେଜରେ ଅଧ୍ୟକ୍ଷ ଡ଼. ଅସିତ କୁମାର ଷଡଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ସରସତୀ ଶିଶୁ ବିଦ୍ୟାମନ୍ଦିରରେ ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ ପତାକା ଉତ୍ତୋଳନ କରିଥିଲେ। ସମ୍ପାଦକ ପ୍ରହଲ୍ଲାଦ ଡାକୁଆ, ପ୍ରଧାନାଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସେହିପରି ସହର ତଥା ଆଖପାଖ ଗ୍ରାମର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ,ମହାବିଦ୍ୟାଳୟ ଗୁଡିକରେ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…

ନବ ନିର୍ମିିତ ଖେଳ ପଡ଼ିଆ ଉଦ୍‌ଘାଟନ କଲେ ମନ୍ତ୍ରୀ

କେସିଙ୍ଗା,୨୬।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବ ନିର୍ମିତ ଖେଳ ପଡିଆକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

‘ଅପରେସନ୍ ସିନ୍ଦୂର’: ଭାରତୀୟ ବାୟୁସେନାର ପ୍ରଭାବ ଦେଖି ଅସ୍ତ୍ରବିରତି ପାଇଁ ବାଧ୍ୟ ହୋଇଥିଲା ପାକିସ୍ତାନ

ନୂଆଦିଲ୍ଲୀ,୨୬।୧: ୨୦୨୫ ମେ ମାସରେ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ୮୮ ଘଣ୍ଟିଆ ଯୁଦ୍ଧ ଉପରେ ବଡ ଖୁଲାସା ହୋଇଛି। ସୁଇଜରଲ୍ୟାଣ୍ଡର ପ୍ରତିଷ୍ଠିତ ସାମରିକ ଥିଙ୍କ୍…

ଭାରତ ହେବ ବାଲ୍ୟ ବିବାହମୁକ୍ତ

ଦିଗପହଣ୍ଡି,୨୬।୧(ଅଶେଷନାଥ ମିଶ୍ର): ରାଜ୍ୟ ଆଇନସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଥିବା ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ସୋମବାର…

ଚାରିଧାମର ଏହି ମନ୍ଦିରରେ ଲାଗିଲା କଟକଣା: ଅଣ-ହିନ୍ଦୁଙ୍କ ପ୍ରବେଶ ମନା

ନୂଆଦିଲ୍ଲୀ,୨୬।୧: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ମଧ୍ୟରୁ ଅନ୍ୟତମ ଗାଙ୍ଗୋତ୍ରୀ ଧାମରେ ଏଣିକି ଅଣ-ହିନ୍ଦୁମାନେ ପ୍ରବେଶ କରିପାରିବେ ନାହିଁ। ଶ୍ରୀ ଗାଙ୍ଗୋତ୍ରୀ ମନ୍ଦିର କମିଟି ପକ୍ଷରୁ ରବିବାର ଏହି…

ସାଧାରଣତନ୍ତ୍ର ଦିବସକୁ ଭୁଲିଗଲେ ପୋଷ୍ଟ ଅଫିସ, ବ୍ୟାଙ୍କ ଅଧିକାରୀ-କର୍ମଚାରୀମାନେ

ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର):ସାରାଦେଶର ପୁରପଲ୍ଲୀରେ ପବିତ୍ର ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେଉଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରହିଥିବା ପୋଷ୍ଟ ଅଫିସ, ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କରେ ପତାକା…

 ହାଇୱା ଧକ୍କାରେ ମୃତ୍ୟୁ ଘଟଣା: ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri