ଫୁଲବାଣୀରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ

ଫୁଲବାଣୀ,୨୬ା୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରି ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଭାରତ ବର୍ଷର ମୁକ୍ତି ଆନ୍ଦୋଳନ ବେଳେ କନ୍ଧମାଳର ଚକରା ବିଶୋଇଙ୍କ ନେତୃତ୍ୱରେ କନ୍ଧମେଳି ହୋଇଥିଲା। ଆଜି ଆମେ ସାଧାରଣତନ୍ତ୍ର ଦିବସ ପାଳନ କରୁଛେ। ଏହି ଦିନ ସମ୍ବିଧାନ ପ୍ରଣୟନ ହୋଇଥିଲା। ଆମକୁ ଆଜି ଯୋଉ ଅଧିକାର ମିଳିଛି, ତାହା କେବଳ ସମ୍ବିଧାନ ପାଇଁ। ଏହି ଦିନ ଆମ ସମସ୍ତଙ୍କ ପାଇଁ ଚିର ସ୍ମରଣୀୟ ବୋଲି କହିଥିଲେ। ଏହାପରେ ରାଜ୍ୟରେ ଚାଲିଥିବା ବିଭିନ୍ନ ଉନ୍ନୟମୂଳକ ଯୋଜନା, ଯଥା ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଉପରେ ସମସ୍ତଙ୍କୁ ଅବଗତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶିଷ ଈଶ୍ୱର ପାଟିଲ, ଏସ୍‌ପି ଶୁଭେନ୍ଦୁ ପାତ୍ର ମଞ୍ଚାସୀନ ଥିଲେ। ଶେଷରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ଦେଶାତ୍ମକ ବୋଧକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri